୧୨ ଟନ୍‌ ବିପଜ୍ଜନକ ରାସାୟନିକ ନେଇ ଯାଉଥିବା ୟୁକ୍ରେନ୍‌ ବିମାନ ଦୁର୍ଘଟଣାଗ୍ରସ୍ତ…

ପଲେଖୋରି,୧୭।୭ : ଉତ୍ତର ଗ୍ରୀସର କାଭାଲା ସହର ନିକଟରେ ଏକ ୟୁକ୍ରେନ ଏୟାରଲାଇନ୍ସର କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଶନିବାର ଏହି ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦା ଦୁଇ ଘଣ୍ଟା ଧରି ବିସ୍ଫୋରଣ ଶୁଣି ନିଆଁ ଜଳୁଥିବା ଦେଖିଥିଲେ। ଗ୍ରୀକ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ କହିଛନ୍ତି ଯେ ବିମାନଟି ସର୍ବିଆରୁ ଜୋର୍ଡାନକୁ ଯାଉଥିଲା। ସୋଭିଏତ ଦ୍ୱାରା ନିର୍ମିତ ଏହି ଟର୍ବୋପ୍ରୋପ ବିମାନ ମେରିଡିଆନ କମ୍ପାନୀ ଦ୍ୱାରା ପରିଚାଳିତ ହେଉଥିଲା। ଗ୍ରୀକ ଗଣମାଧ୍ୟମ କହିଛି ଯେ ବିମାନରେ ଆଠ ଜଣକର୍ମଚାରୀ ଥିଲେ। ବିମାନରେ ୧୨ ଟନ ବିପଜ୍ଜନକ ରାସାୟନିକ ସାମଗ୍ରୀ ଥିଲା।

ତେବେ ବିମାନରେ କେଉଁ ସାମଗ୍ରୀ ରହିଥିଲା ସେ ସମ୍ପର୍କରେ ସେମାନଙ୍କର କୌଣସି ସଠିକ ସୂଚନା ନାହିଁ ବୋଲି ସ୍ଥାନୀୟ ଅଧିକାରୀ କହିଛନ୍ତି। ଦୁର୍ଘଟଣାସ୍ଥଳରୁ ପ୍ରବଳ ଦୁର୍ଗନ୍ଧ ହେତୁ ଏକ ସତର୍କତାମୂଳକ ପଦକ୍ଷେପ ଭାବରେ ନିକଟସ୍ଥ ଦୁଇଟି ଅଞ୍ଚଳରେ ରହୁଥିବା ଲୋକଙ୍କୁ ରାତିସାରା ଝରକା ବନ୍ଦ ରଖିବାକୁ, ଘରୁ ବାହାରକୁ ନଆସିବାକୁ ଏବଂ ମାସ୍କ ପିନ୍ଧିବାକୁ କୁହାଯାଇଛି। ବିମାନରେ ବିପଜ୍ଜନକ ରାସାୟନିକ ପଦାର୍ଥ ଅଛି କି ନାହିଁ ତାହା ସେମାନେ ଜାଣି ନାହାଁନ୍ତି ବୋଲି ଅଧିକାରୀମାନେ କହିଛନ୍ତି।

ଗ୍ରୀସର ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ କହିଛନ୍ତି ଯେ ପାଇଲଟ ବିମାନର ଗୋଟିଏ ଇଞ୍ଜିନରେ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ତାଙ୍କୁ ଥେସଲାନିକୀ କିମ୍ବା କାଭାଲା ବିମାନ ବନ୍ଦରରେ ଅବତରଣ କରିବାର ବିକଳ୍ପ ଦିଆଯାଇଥିଲା। ତାଙ୍କୁ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରିବାକୁ ପଡିବ ବୋଲି କହି କାଭାଲାରେ ଅବତରଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। କିଛି ସମୟ ପରେ ବିମାନ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ବିମାନଟି ବିମାନବନ୍ଦରର ପ୍ରାୟ ୪୦ କିଲୋମିଟର ପଶ୍ଚିମ ଦିଗରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ପୂର୍ବରୁ ସ୍ଥାନୀୟ ଲୋକ ନିଆଁ ଏବଂ ଧୂଆଁ ଦେଖିଥିବାର ସୂଚନା ଦେଇଛନ୍ତି। ଅଗ୍ନିଶମ ସେବା ଘଟଣାସ୍ଥଳରେ ୪୦୦ ମିଟର ପରିସରକୁ କର୍ଡନ କରି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?