ଆଫଗାନିସ୍ତାନରୁ ୟୁକ୍ରେନ ବିମାନ ଅପହରଣ, ମନ୍ତ୍ରୀ କହିଲେ ହଁ-ସରକାରଙ୍କ ମନା…

କାବୁଲ,୨୪।୮: ୟୁକ୍ରେନର ଏକ ବିମାନକୁ ଆଫଗାନିସ୍ତାନରୁ ଅପହରଣ କରି ନିଆଯାଇଛି। ୟୁକ୍ରେନର ଉପ-ବୈଦେଶିକ ମନ୍ତ୍ରୀ ୟେଭ୍‌ଜେନି ୟେନିନ୍‌ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ରବିବାର ବିମାନକୁ ଅପହରଣ କରାଯାଇ ମଙ୍ଗଳବାର ଇରାନ ନିଆଯାଇଥିବା ମନ୍ତ୍ରୀ କହିଛନ୍ତି। କିଛି ଅଜ୍ଞାତ ଲୋକ ବିମାନକୁ ଅପହରଣ କରିଛନ୍ତି। ବିମାନରେ ଅଜ୍ଞାତ ଲୋକେ ପହରା ଦେଉଥିବା ସେ ପ୍ରକାଶ କରିଛନ୍ତି। ବିମାନଟି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିଲା। ଆଫଗାନିସ୍ତାନରେ ରହିଥିବା ୟୁକ୍ରେନ ନାଗରିକଙ୍କୁ ସ୍ବଦେଶ ଫେରାଇ ନେବା କାର୍ଯ୍ୟ ଏହି ବିମାନ ଦ୍ୱାରା କରାଯାଉଥିବା ମନ୍ତ୍ରୀ କହିଛନ୍ତି। ତେବେ ବିମାନ ଅପହରଣକୁ ୟୁକ୍ରେନ୍‌ ସରକାର ମନା କରିଛନ୍ତି। ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା କୌଣସି ବିମାନକୁ ଅପହରଣ କରାଯାଇ ନାହିଁ ବୋଲି ସରକାର କହିଛନ୍ତି। ଫଳରେ ସରକାର ଏବଂ ମନ୍ତ୍ରୀ କିଏ ସତ କହୁଛନ୍ତି ତାହା ଜଣାପଡୁ ନାହିଁ। ଅପରପକ୍ଷରେ ଏନେଇ ଇରାନର ମନ୍ତ୍ରୀ ଅବାସ୍‌ ଅସଲାନି କହିଛନ୍ତି ଯେ,ୟୁକ୍ରେନର ଏହି ବିମାନଟି ଉତ୍ତର ପୂର୍ବ ଇରାନର ମଶହାଦ୍‌ ବିମାନ ବନ୍ଦରରେ ଅବତରଣ କରିଥିଲା। ପରେ ରିଫୁଏଲିଂ ଏହା ୟୁକ୍ରେନ ଅଭିମୁଖେ ଗନ୍ତବ୍ୟ ପଥରେ ଉଡ଼ାଣ କରିଥିଲା। ବିମାନଟି କିଓ୍ବ ବନ୍ଦରରେ ଅବତରଣ କରିଥିବା ସେ କହିଛନ୍ତି। ବିମାନରେ ୮୩ ଜଣ ଯାତ୍ରୀ ରହିଛନ୍ତି। ସେମାନଙ୍କ ମଧ୍ୟରେ ୩୧ ଜଣ ୟୁକ୍ରେନ୍‌ ନାଗରିକ ରହିଥିବା କୁହାଯାଉଛି। ସୂଚନାଯୋଗ୍ୟ, ସମ୍ପ୍ରତି ଆଫଗାନିସ୍ତାନରେ ପ୍ରାୟ ୧୦୦ ଜଣ ୟୁକ୍ରେନ ନାଗରିକ ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ସ୍ବଦେଶ ଫେରାଇ ଆଣିବା ଲାଗି ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri