ୟୁକ୍ରେନ୍‌ ରାଷ୍ଟ୍ରପତିଙ୍କ ଚେତାବନୀ: ବଞ୍ଚିବାକୁ ଚାହୁଁଛ ତ ଘରକୁ ଫେରିଯାଅ

କ୍ୱିଭ୍‌,୩।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏବେ ଏକ ବିପଜ୍ଜନକ ସ୍ଥିତିରେ ପହଞ୍ଚିଛି। ରୁଷିଆ ସୈନ୍ୟବାହିନୀ ୟୁକ୍ରେନର ରାଜଧାନୀ କ୍ୱିଭକୁ ଘେରି ରହିଛନ୍ତି। ଆଜି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ୟୁକ୍ରେନରୁ ରୁଷିଆର ସୈନ୍ୟ ପ୍ରତ୍ୟାହାର ପାଇଁ ମିଳିତ ଜାତିସଂଘର ସାଧାରଣ ସଭାରେ ମଧ୍ୟ ଏକ ସଂକଳ୍ପ ପାରିତ କରିଛି। ଏହି ସମୟରେ ଦୁଇ ଦେଶ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ମଧ୍ୟ ଗୁରୁବାର ଅନୁଷ୍ଠିତ ହେବ।
ଏହି ସମୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ପୁଣି ରୁଷିଆକୁ ଚୋବନୀ ଦେଇଛନ୍ତି। ସେ କହିଛନ୍ତି, ରୁଷିଆର ସୈନିକମାନଙ୍କ ମୃତଦେହକୁ ୟୁକ୍ରେନ ମାଟିରେ ପୋତିବାକୁ ଚାହୁଁନାହିଁ। ତେଣୁ ବଞ୍ଚିବାକୁ ଚାହୁଁଛ ତ ଘରକୁ ଫେରିଯାଅ। ଜେଲେନସ୍କି ଦାବି କରିଛନ୍ତି ଯେ, ୟୁକ୍ରେନ ସୈନ୍ୟ ଏକ ସପ୍ତାହରେ ୯,୦୦୦ରୁ ଅଧିକ ରୁଷିଆ ସୈନିକଙ୍କୁ ହତ୍ୟା କରିଛନ୍ତି। ଏହା ବ୍ୟତୀତ ୨୧୮ ଟ୍ୟାଙ୍କ, ୯୦୦ ଏପିଭି, ୯୦ଟି ତୋପ, ୧୧ଟି ଆଣ୍ଟି-ଏୟାରକ୍ରାଫ୍ଟ ସିଷ୍ଟମ, ୩୧ଟି ହେଲିକପ୍ଟର, ୩୦ଟି ବିମାନ, ୬୦ଟି ଇନ୍ଧନ ଟ୍ୟାଙ୍କ ଇତ୍ୟାଦି ସାମିଲ ଅଛି।
ରୁଷ ଓ ୟୁକ୍ରେନ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ରୁଷର ସୈନ୍ୟମାନେ ଏବେ ୟୁକ୍ରେନର ପୂର୍ବ ପ୍ରାନ୍ତର ରାସ୍ତା ଦେଇ ପଶ୍ଚିମ ପ୍ରାନ୍ତକୁ ଯିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ଏଯାଏ ରୁଷ ଆକ୍ରମଣରୁ ୟୁକ୍ରେନର ପଶ୍ଚିମ ପ୍ରାନ୍ତ ସୁରକ୍ଷିତ ରହିଛି। ହେଲେ ରୁଷ ସେନାର ଏପରି ପରିବର୍ତ୍ତିତ ଆଭିମୁଖ୍ୟ ସ୍ଥିତିକୁ ଆହୁରି ଭୟଙ୍କର କରିବାର ଆଶଙ୍କା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri