ଓମିକ୍ରନ ନେଲାଣି ୧୨ ଜୀବନ

ଲଣ୍ଡନ,୨୦।୧୨: ବ୍ରିଟେନରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଓମିକ୍ରନରେ ଆକ୍ରାନ୍ତ ହୋଇ ବ୍ରିଟେନରେ ୧୨ଜଣଙ୍କ ସୋମବାର ମୃତ୍ୟୁ ଘଟିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଖ୍ରୀଷ୍ଟମାସ ପୂର୍ବରୁ ବ୍ରିଟେନରେ କରୋନା କଟକଣାକୁ କଡାକଡି କରାଯାଇପାରେ ବୋଲି ବ୍ରିଟେନ ଉପ ପ୍ରଧାନମନ୍ତ୍ରୀ ଡୋମିନିକ ରାଏବ୍‌ କହିଛନ୍ତି।

ଏହି ଭାରିଆଣ୍ଟ ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ଏତେ ଅଧିକ ରହିବ ନାହିଁ ବୋଲି କୁହାଯାଉଥିଲା। ହେଲେ ବ୍ରିଟେନରେ ଏହାର ବିପରୀତ ଦୃଶ୍ୟ ଦେଖିବାକୁ ମିଳୁଛି। ୧୨ଜଣଙ୍କ ମୃତ୍ୟୁ ସହ ୧୦୪ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ରବିବାର ବ୍ରିଟେନରେ ୧୨,୧୩୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୋମବାର ଦିଲ୍ଲୀରେ ୬ ଏବଂ କେରଳରେ ୪ ଓମିକ୍ରନ ମାମଲା ଚିହ୍ନଟ ହୋଇଛି। ଏହାକୁ ମିଶାଇ ରାଜଧାନୀ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି। ଏପରିକି ଦେଶରେ ‘ଓମିକ୍ରନ’ ଆକ୍ରାନ୍ତଙ୍କ ସଂଖ୍ୟା ୧୭୧ରେ ପହଞ୍ଚିଛି।

ଡିସେମ୍ବର ୨ରେ ଦେଶରେ ପ୍ରଥମେ କର୍ନାଟକରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲା। ସରକାରୀ ତଥ୍ୟ ମୁତାବକ, ମହାରାଷ୍ଟ୍ରରେ ୫୪, ଦିଲ୍ଲୀରେ ୨୮, ରାଜସ୍ଥାନ ୧୭, କର୍ନାଟକ ୧୯, ତେଲେଙ୍ଗାନା ୨୦, ଗୁଜରାଟରେ ୧୧, କେରଳ ୧୧, ଆନ୍ଧ୍ରପ୍ରଦେଶ୧, ଚଣ୍ଡୀଗଡ଼ ୧, ତାମିଲନାଡୁରେ ୧ ଏବଂ ପଶ୍ଚିମବଙ୍ଗରେ ୪ଟି ‘ଓମିକ୍ରନ’ ମାମଲା ଚିହ୍ନଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri