ଓମିକ୍ରନ ନେଲାଣି ୧୨ ଜୀବନ

ଲଣ୍ଡନ,୨୦।୧୨: ବ୍ରିଟେନରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଓମିକ୍ରନରେ ଆକ୍ରାନ୍ତ ହୋଇ ବ୍ରିଟେନରେ ୧୨ଜଣଙ୍କ ସୋମବାର ମୃତ୍ୟୁ ଘଟିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଖ୍ରୀଷ୍ଟମାସ ପୂର୍ବରୁ ବ୍ରିଟେନରେ କରୋନା କଟକଣାକୁ କଡାକଡି କରାଯାଇପାରେ ବୋଲି ବ୍ରିଟେନ ଉପ ପ୍ରଧାନମନ୍ତ୍ରୀ ଡୋମିନିକ ରାଏବ୍‌ କହିଛନ୍ତି।

ଏହି ଭାରିଆଣ୍ଟ ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ଏତେ ଅଧିକ ରହିବ ନାହିଁ ବୋଲି କୁହାଯାଉଥିଲା। ହେଲେ ବ୍ରିଟେନରେ ଏହାର ବିପରୀତ ଦୃଶ୍ୟ ଦେଖିବାକୁ ମିଳୁଛି। ୧୨ଜଣଙ୍କ ମୃତ୍ୟୁ ସହ ୧୦୪ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ରବିବାର ବ୍ରିଟେନରେ ୧୨,୧୩୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୋମବାର ଦିଲ୍ଲୀରେ ୬ ଏବଂ କେରଳରେ ୪ ଓମିକ୍ରନ ମାମଲା ଚିହ୍ନଟ ହୋଇଛି। ଏହାକୁ ମିଶାଇ ରାଜଧାନୀ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି। ଏପରିକି ଦେଶରେ ‘ଓମିକ୍ରନ’ ଆକ୍ରାନ୍ତଙ୍କ ସଂଖ୍ୟା ୧୭୧ରେ ପହଞ୍ଚିଛି।

ଡିସେମ୍ବର ୨ରେ ଦେଶରେ ପ୍ରଥମେ କର୍ନାଟକରେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲା। ସରକାରୀ ତଥ୍ୟ ମୁତାବକ, ମହାରାଷ୍ଟ୍ରରେ ୫୪, ଦିଲ୍ଲୀରେ ୨୮, ରାଜସ୍ଥାନ ୧୭, କର୍ନାଟକ ୧୯, ତେଲେଙ୍ଗାନା ୨୦, ଗୁଜରାଟରେ ୧୧, କେରଳ ୧୧, ଆନ୍ଧ୍ରପ୍ରଦେଶ୧, ଚଣ୍ଡୀଗଡ଼ ୧, ତାମିଲନାଡୁରେ ୧ ଏବଂ ପଶ୍ଚିମବଙ୍ଗରେ ୪ଟି ‘ଓମିକ୍ରନ’ ମାମଲା ଚିହ୍ନଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?