ବଢୁଛି ଅଲ୍‌ଟ୍ରାଭାଓଲେଟ ବିପଦ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ବେଳକୁ ବେଳ ତାତି ବଢ଼ିବାରେ ଲାଗିଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ଅସହ୍ୟ ହେଉଛି। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୂର୍ଯ୍ୟଙ୍କ ଅଲଟ୍ରାଭାଓଲେଟ ରଶ୍ମି ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଛି। ପରିବେଶ ନଷ୍ଟ ହେବା ଯୋଗୁ ବାୟୁମଣ୍ଡଳର ଷ୍ଟ୍ରାଟୋସ୍ପିୟରରେ ଥିବା ଓଜୋନସ୍ତର ଦୁର୍ବଳ ହେବାରେ ଲାଗିଛି। ସୂର୍ଯ୍ୟଙ୍କଠାରୁ ଆସୁଥିବା ୦.୪ ମାଇକ୍ରନ ଅଲଟ୍ରାଭାଓଲେଟ ରଶ୍ମି ଷ୍ଟ୍ରାଟୋସ୍ପିୟରରେ ଥିବା ଓଜୋନସ୍ତରକୁ ଭେଦ କରି ମଧ୍ୟାହ୍ନରେ ଭୂପୃଷ୍ଠକୁ ଆସୁଛି। ଏପ୍ରିଲରୁ ଜୁନ୍‌ ମଧ୍ୟରେ ଅଲଟ୍ରାଭାଓଲେଟ ରଶ୍ମି ଭୂପୃଷ୍ଠକୁ ଆସିଥାଏ ବୋଲି ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥା ପକ୍ଷରୁ କୁହାଯାଇଛି। ବିଶେଷକରି ଏହି ସମୟରେ ସେହି ରଶ୍ମି ଦେହରେ ପଡ଼ିଲେ ଚର୍ମ କର୍କଟ ହେବା ସହ ବିଭିନ୍ନ ଚର୍ମ ରୋଗ ହେବାର ଆଶଙ୍କା ରହିଛି। ତେଣୁ ଦିନ ୧୨ଟାରୁ ୨ଟା ମଧ୍ୟରେ ପଦାରେ ନ ବୁଲିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି। ଏଥିରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି। ଗତ କିଛିଦିନ ହେବ ଜାରି ରହିଥିବା ପ୍ରଚଣ୍ଡ ଖରା ଏବଂ ଝାଞ୍ଜିପବନ ଦେହ ମୁଣ୍ଡକୁ ପୋଡ଼ି ପକାଉଛି। ଉପକୂଳରେ ତାତି ସାଙ୍ଗକୁ ଗୁଳୁଗୁଳି ଅସହ୍ୟ କରୁଛି। ଆସନ୍ତା ୪/୫ ଦିନ ତାତି ଆହୁରି ଅସହ୍ୟ ହେବ। ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ପାରଦ ୧ରୁ ୨ ଡିଗ୍ରୀ ବଢ଼ିବା ସମ୍ଭାବନା ରହିଛି। ଏପରିକି କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୬ ଡିଗ୍ରୀକୁ ମଧ୍ୟ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମଙ୍ଗଳବାର ରାଜ୍ୟର ୨୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଛି। ସେଥିରୁ ୧୪ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ୯ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ବୌଦ୍ଧରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୩.୯, ସୋନପୁର ୪୩.୬, ଅନୁଗୋଳ ୪୩.୧, ବାରିପଦା ୪୩.୮, ସମ୍ବଲପୁର ୪୩.୧, ସୁନ୍ଦରଗଡ଼ ୪୩, ବଲାଙ୍ଗୀର ୪୩.୮, ଟିିଟିଲାଗଡ଼ ୪୩.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ସର୍ବୋଚ୍ଚ ତାପମାତ୍ରା ୪୧.୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ହୀରାକୁଦ ୪୨.୩, ଭବାନୀପାଟଣା ୪୨, ରାୟଗଡ଼ା ୪୦.୧, ଭଦ୍ରକ ୪୧, ଯାଜପୁର ୪୧, ଢେଙ୍କାନାଳ ୪୦.୬, ଦେବଗଡ଼ ୪୨.୮, ବରଗଡ଼ ୪୨, ନୂଆପଡ଼ା ୪୧, ଖୋର୍ଦ୍ଧା ୪୨, ନୟାଗଡ଼ ୪୧ ଏବଂ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତାତି ଆହୁରି ସିଝେଇବ। ୨୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଅନୁଗୋଳ, ଦେବଗଡ଼ ଏବଂ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ହେବ। ସେହିପରି ୨୮ ଓ ୨୯ ତାରିଖରେ ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ଝାରସୁଗୁଡ଼ାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି। ୩୦ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡ଼ାରେ ପ୍ରବଳ ଗ୍ରୀଷ୍ମ ଲହରି ହେବ। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏ ସମସ୍ତ ଜିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri