ବଢୁଛି ଅଲ୍‌ଟ୍ରାଭାଓଲେଟ ବିପଦ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ବେଳକୁ ବେଳ ତାତି ବଢ଼ିବାରେ ଲାଗିଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ଅସହ୍ୟ ହେଉଛି। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୂର୍ଯ୍ୟଙ୍କ ଅଲଟ୍ରାଭାଓଲେଟ ରଶ୍ମି ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଛି। ପରିବେଶ ନଷ୍ଟ ହେବା ଯୋଗୁ ବାୟୁମଣ୍ଡଳର ଷ୍ଟ୍ରାଟୋସ୍ପିୟରରେ ଥିବା ଓଜୋନସ୍ତର ଦୁର୍ବଳ ହେବାରେ ଲାଗିଛି। ସୂର୍ଯ୍ୟଙ୍କଠାରୁ ଆସୁଥିବା ୦.୪ ମାଇକ୍ରନ ଅଲଟ୍ରାଭାଓଲେଟ ରଶ୍ମି ଷ୍ଟ୍ରାଟୋସ୍ପିୟରରେ ଥିବା ଓଜୋନସ୍ତରକୁ ଭେଦ କରି ମଧ୍ୟାହ୍ନରେ ଭୂପୃଷ୍ଠକୁ ଆସୁଛି। ଏପ୍ରିଲରୁ ଜୁନ୍‌ ମଧ୍ୟରେ ଅଲଟ୍ରାଭାଓଲେଟ ରଶ୍ମି ଭୂପୃଷ୍ଠକୁ ଆସିଥାଏ ବୋଲି ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥା ପକ୍ଷରୁ କୁହାଯାଇଛି। ବିଶେଷକରି ଏହି ସମୟରେ ସେହି ରଶ୍ମି ଦେହରେ ପଡ଼ିଲେ ଚର୍ମ କର୍କଟ ହେବା ସହ ବିଭିନ୍ନ ଚର୍ମ ରୋଗ ହେବାର ଆଶଙ୍କା ରହିଛି। ତେଣୁ ଦିନ ୧୨ଟାରୁ ୨ଟା ମଧ୍ୟରେ ପଦାରେ ନ ବୁଲିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି। ଏଥିରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି। ଗତ କିଛିଦିନ ହେବ ଜାରି ରହିଥିବା ପ୍ରଚଣ୍ଡ ଖରା ଏବଂ ଝାଞ୍ଜିପବନ ଦେହ ମୁଣ୍ଡକୁ ପୋଡ଼ି ପକାଉଛି। ଉପକୂଳରେ ତାତି ସାଙ୍ଗକୁ ଗୁଳୁଗୁଳି ଅସହ୍ୟ କରୁଛି। ଆସନ୍ତା ୪/୫ ଦିନ ତାତି ଆହୁରି ଅସହ୍ୟ ହେବ। ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ପାରଦ ୧ରୁ ୨ ଡିଗ୍ରୀ ବଢ଼ିବା ସମ୍ଭାବନା ରହିଛି। ଏପରିକି କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୬ ଡିଗ୍ରୀକୁ ମଧ୍ୟ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମଙ୍ଗଳବାର ରାଜ୍ୟର ୨୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଛି। ସେଥିରୁ ୧୪ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ୯ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ବୌଦ୍ଧରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୩.୯, ସୋନପୁର ୪୩.୬, ଅନୁଗୋଳ ୪୩.୧, ବାରିପଦା ୪୩.୮, ସମ୍ବଲପୁର ୪୩.୧, ସୁନ୍ଦରଗଡ଼ ୪୩, ବଲାଙ୍ଗୀର ୪୩.୮, ଟିିଟିଲାଗଡ଼ ୪୩.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ସର୍ବୋଚ୍ଚ ତାପମାତ୍ରା ୪୧.୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ହୀରାକୁଦ ୪୨.୩, ଭବାନୀପାଟଣା ୪୨, ରାୟଗଡ଼ା ୪୦.୧, ଭଦ୍ରକ ୪୧, ଯାଜପୁର ୪୧, ଢେଙ୍କାନାଳ ୪୦.୬, ଦେବଗଡ଼ ୪୨.୮, ବରଗଡ଼ ୪୨, ନୂଆପଡ଼ା ୪୧, ଖୋର୍ଦ୍ଧା ୪୨, ନୟାଗଡ଼ ୪୧ ଏବଂ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତାତି ଆହୁରି ସିଝେଇବ। ୨୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଅନୁଗୋଳ, ଦେବଗଡ଼ ଏବଂ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ହେବ। ସେହିପରି ୨୮ ଓ ୨୯ ତାରିଖରେ ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ଝାରସୁଗୁଡ଼ାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି। ୩୦ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡ଼ାରେ ପ୍ରବଳ ଗ୍ରୀଷ୍ମ ଲହରି ହେବ। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏ ସମସ୍ତ ଜିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri