ଉମରକୋଟ ନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ନବରଙ୍ଗପୁର/ଉମରକୋଟ,୨୩।୧(ବି.ପ୍ର./ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକେଟ ବ୍ଲକ ତାଲାପଦର ନାଗୀନଦୀ ଉପରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡିବା ଘଟଣାରେ ଉମରକୋଟ ଗ୍ରାମ୍ୟ ଉନ୍ନୟନ ବିଭାଗ (ବିଭାଜନ୨)ର ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାମଲଙ୍କୁ ନିଲମ୍ବନ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିଲମ୍ବନ ଆଦେଶ ଦେଇଛନ୍ତି। ଭୁବନେଶ୍ୱରରୁ ତଦନ୍ତ କରିବାକୁ ଆସିଥିବା ଇଆଇସି ଓ ପ୍ରଧାନମନ୍ତ୍ରୀ ଗ୍ରାମୋଦ୍ୟୋଗ ଯୋଜନା ଚିଫ୍‌ ଇଞ୍ଜିନିୟର ତାଙ୍କ ରିପୋର୍ଟ ସରକାରଙ୍କୁ ଦେଇଥିଲେ। ଏଥିରେ ନିର୍ବାହୀ ଯନ୍ତ୍ରୀ ସାମଲ କାର୍ଯ୍ୟରେ ଅବହେଳା କରିଥିବା ନେଇ ଉଲ୍ଲେଖ ଥିଲା। ଉକ୍ତ ରିପୋର୍ଟ ଆଧାରରେ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି। ପରବର୍ତ୍ତୀ ଆଦେଶ ଆସିବା ପର୍ଯ୍ୟନ୍ତ ତାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗ ସୁନାବେଡା ସର୍କଲ କାର୍ଯ୍ୟାଳୟରେ ଅବସ୍ଥାପିତ କରିବାକୁ ନିର୍ଦ୍ଦେଶ ରହିଛି। ଏହି ଘଟଣାରେ ସହକାରୀ ଯନ୍ତ୍ରୀ ଅସିତ ପାତ୍ର, କନିଷ୍ଠ ଯନ୍ତ୍ରୀ ନିରଞ୍ଜନ ସାହୁ ଓ ଠିକାଦାର ଅସିତ୍‌ ବିଶ୍ୱାଳଙ୍କ ନାମରେ ନିର୍ବାହୀ ଯନ୍ତ୍ରୀ ଗତ ୧୧ ତାରିଖରେ ଏତଲା ଦେଇଥିଲେ। ନିର୍ବାହୀ ଯନ୍ତ୍ରୀ ମଧ୍ୟ ଏହି ଘଟଣାରେ ଦାୟୀ ବୋଲି ଲୋକେ ଅଭିଯୋଗ କରିଥିଲେ। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଉଥିଲା। ଏହି ଘଟଣାରେ ପୂର୍ବରୁ ଉମରକୋଟ ପୋଲିସ ସହକାରୀ ଯନ୍ତ୍ରୀଙ୍କୁ ଗିରଫ କରିଥିବା ବେଳେ କନିଷ୍ଠ ଯନ୍ତ୍ରୀ ଫେରାର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?