ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ ସମ୍ପାଦକ ପଦବୀ ପାଇଁ ୨ ଜଣ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ଭୋଟ ଗ୍ରହଣ କରାଯାଇଥିବା ବେଳେ ସଭାପତି, ଉପସଭାପତି, କୋଷାଧ୍ୟକ୍ଷ ପଦବୀରେ ଜଣେ ଲେଖାଏ ନାମାଙ୍କନ ପତ୍ର ଦାଖଲ ଭରି ଥିବାରୁ ନିର୍ଦ୍ୱନ୍ଦ୍ୱରେ ବିଜୟ ହୋଇଛନ୍ତି। ସେହିପରି ଆଉ ୩ଟି ପଦବୀ ତଥା, ସହ ସମ୍ପାଦକ, ଲାଇବ୍ରେରୀୟାନ ଏବଂ କାର୍ଯ୍ୟକାରୀ ସଦସ୍ୟ ମନୋନୀତ କରାଯାଇଥିଲା ବୋଲି ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ସମ୍ପାଦନା କରୁଥିବା ପ୍ରବୀର ସାହୁ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ନିର୍ବାଚନରେ ସଭାପତି ଭାବେ ବରିଷ୍ଠ ଓକିଲ ଉମେଶ କର ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଥିବା ବେଳେ ସମ୍ପାଦକ ଭାବେ ରାମଚନ୍ଦ୍ର ବେହେରା ବିଜୟୀ ହୋଇଛନ୍ତି। ଉପସଭାପତି ପ୍ରଦୀପ ସାହୁ, କୋଷାଧ୍ୟକ୍ଷ ଭାବେ ମନୋଜ ପଣ୍ଡା ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଥିବା ବେଳେ ସହସମ୍ପାଦକ ଭାବେ ସୁବର୍ଣ୍ଣ ବାଗସିଂ, ଲାଇବ୍ରେରୀୟାନ ଅମିତ ସାହୁ ଏବଂ କାର୍ଯ୍ୟକାରୀ ସଦସ୍ୟ ଭାବେ ପ୍ରବୀର ସାହୁଙ୍କୁ ମନୋନୀତ କରାଯାଇଥିଲା। ସମସ୍ତ ନୂତନ କର୍ମକର୍ତ୍ତାଙ୍କୁ ଓକିଲ ସଙ୍ଘର ଅନ୍ୟ ସଦସ୍ୟମାନେ ସମ୍ବର୍ଦ୍ଧନା ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri