Posted inଖେଳ

ପେସରଙ୍କ ପାଇଁ ଅଭ୍ୟାସ ମ୍ୟାଚ୍‌ରେ ଭାରତ ଆଗୁଆ

ଚେଷ୍ଟର-ଲି-ଷ୍ଟ୍ରିଟ୍‌,୨୧।୭: କାଉଣ୍ଟି ସିଲେକ୍ଟ ଏକାଦଶ ବିପକ୍ଷ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ରେ ଭ୍ରମଣକାରୀ ଭାରତ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ଟସ୍‌ ଜିତି ଭାରତ ପ୍ରଥମ ଇନିଂସରେ ଲୋକେଶ ରାହୁଲଙ୍କ ଶତକ (୧୦୧ ରନ) ଓ ରବିନ୍ଦ୍ର ଜାଡେଜାଙ୍କ ଅର୍ଦ୍ଧଶତକ (୭୫) ସହାୟତାରେ ୯୩ ଓଭରରେ ୩୧୧ ରନକରି ଅଲଆଉଟ ହୋଇଥିଲା। ଜବାବରେ ବ୍ୟାଟିଂ ଆରମ୍ଭ କରି କାଉଣ୍ଟି ଦଳ ଦ୍ୱିତୀୟ ଦିବସ ଖେଳ ଶେଷ ବେଳକୁ ୮୨.୩ ଓଭରରେ ୨୨୦ ରନକରି ଅଲଆଉଟ ହୋଇଛି। ଫଳରେ ଭାରତ ୯୧ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି। ଓପନର ହାସିବ ହମିଦଙ୍କ ଶତକ (୧୧୨ ରନ, ୨୪୬ ବଲ, ୧୩ ଚୌକା) ସତ୍ତ୍ୱେ କାଉଣ୍ଟି ଦଳ ବଡ଼ ସ୍କୋର ହାସଲ କରି ପାରି ନ ଥିଲା। ସେହିପରି ଲିଆମ ପାଟରସନ-ହ୍ବାଇଟ୍‌ ୩୩ ଓ ଲିଣ୍ଡନ ଜେମ୍ସ ୨୭ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଭଲ ପ୍ରଦର୍ଶନ କରି ନ ଥିଲେ।

କାଉଣ୍ଟି ଦଳ ୫୬ ରନରେ ୪ ଉଇକେଟ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ୫ମ ଉଇକେଟରେ ହମିଦ ଓ ଲିଣ୍ଡନ ଜେମ୍ସ ୭୫ ରନକରି ସ୍ଥିତି ସମ୍ଭାଳିଥିଲେ। ଅନ୍ୟତମ ଓପନର ଜ୍ୟାକ ଲିବି ୧୨, ଅଧିନାୟକ ଓ୍ବିଲି ରୋଡ୍ସ ୧୧, ଓ୍ବାଶିଂଟନ ସୁନ୍ଦର ୧, ରବର୍ଟ ୟାଟେସ୍‌ ୧, ଜେମ୍ସ ରିଓ୍ବି ୨, ଜ୍ୟାକ କାର୍ସନ ୩ ରନକରି ଆଉଟ ହୋଇଥିଲେ। ବୋଲିଂରେ ଭାରତ ପକ୍ଷରୁ ଉମେଶ ୩, ସିରାଜ ୨, ବୁମ୍‌ରା, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ଶାର୍ଦ୍ଦୁଳ ଠାକୁର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।

ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୦୬/୯ରୁ ଖେଳ ଆରମ୍ଭ କରି ଭାରତ ବୁଧବାର ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ଯଶପ୍ରୀତ ବୁମ୍‌ରା ୫ ରନକରି ଆଉଟ ହୋଇଥିତ୍ବାବେଳେ ମହମ୍ମଦ ସିରାଜ ୩ ରନ କରି ଅପରାଜିତ ରହିଥିଲେ। କାଉଣ୍ଟି ଦଳ ପକ୍ଷରୁ କ୍ରେଗ୍‌ ମାଇଲ୍ସ ସର୍ବାଧିକ ୪, ଲିଣ୍ଡନ ଜେମ୍ସ ଓ ଲିଆମ ପାଟରସନ ହ୍ବାଇଟ୍‌ ୨ଟି ଲେଖାଏ, ଜ୍ୟାକ କାର୍ସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri