ଛତିଶଗଡ଼ରୁ ଅଭିଯୁକ୍ତ ଉମେଶ ସୁଧାକର ଗିରଫ

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଖଣ୍ଡଗିରି ଥାନାଞ୍ଚଳରେ ଥିବା ଏକ ଘରୋଇ କଲେଜର ମହିଳା ଆସିଷ୍ଟାଣ୍ଟ୍‌ ପ୍ରଫେସରଙ୍କୁ ବଳାତ୍କାର ମାମଲାରେ ଫେରାର ଥିବା ଅଭିଯୁକ୍ତ ଉମେଶ ସୁଧାକର ଧରାପଡ଼ିଛନ୍ତି। ଖଣ୍ଡଗିରି ଥାନା ପୋଲିସର ଏକ ଟିମ୍‌ ବୁଧବାର ବିଳମ୍ବିତ ରାତିରେ ଛତିଶଗଡ଼ ରାୟପୁରରୁ ତାଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ଏହାପରେ ଉମେଶଙ୍କୁ ସ୍ଥାନୀୟ କୋର୍ଟରେ ଗୁରୁବାର ହାଜର କରାଯାଇଥିଲା। କୋର୍ଟଙ୍କ ଅନୁମତି ପରେ ପୋଲିସ ତାଙ୍କୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଓଡ଼ିଶା ଆଣୁଛି। ସେମାନେ ଶୁକ୍ରବାର କିମ୍ବା ଶନିବାର ଭୁବନେଶ୍ୱରରେ ପହଞ୍ଚତ୍ବେ ବୋଲି ଖଣ୍ଡଗିରି ଥାନାଧିକାରୀ ପଦ୍ମନାଭ ପ୍ରଧାନ କହିଛନ୍ତି।
ଅଭିଯୋଗ ଅନୁଯାୟୀ, ଅଭିଯୁକ୍ତ ଉମେଶ ଓ ପୀଡିତା ଆସିଷ୍ଟାଣ୍ଟ୍‌ ପ୍ରଫେସରଙ୍କ ଘର ଛତିଶଗଡ଼ରେ। ଉଭୟ ଗୋଟିଏ କଲେଜରେ ପଢୁଥିଲେ। ଯୁବତୀ ଜଣକ ଗତବର୍ଷ ମାର୍ଚ୍ଚରେ ଜାଗମରାସ୍ଥିତ ଏକ ଘରୋଇ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ ଯୋଗଦେଇଥିଲେ। ଗତ ସେପ୍ଟେମ୍ବରରେ ଉମେଶ ଭୁବନେଶ୍ୱର ଆସି ଜାଗମରାସ୍ଥିତ ଏକ ହୋଟେଲକୁ ତାଙ୍କୁ ଡକାଇଥିଲେ। ଥଣ୍ଡା ପାନୀୟରେ ନିଶା ମିଶାଇ ପିଇବାକୁ ଦେଇ ତାଙ୍କୁ ବଳାତ୍କାର କରିବା ସହ ଭିଡିଓ ପ୍ରସ୍ତୁତ କରିଥିଲେ। ଏହାପରେ ଉକ୍ତ ଭିଡ଼ିଓକୁ ସୋସିଆଲ୍‌ ମିଡ଼ିଆରେ ଛାଡ଼ିଦେବାକୁ ଧମକ ଦେଇ ଯୁବତୀଙ୍କୁ ୩ରୁ ଅଧିକଥର ବଳାତ୍କାର କରିଥିଲେ। ଏଥିସହ ଉମେଶ ଏପରି ବ୍ଲାକ୍‌ମେଲ୍‌ କରି ତାଙ୍କଠାରୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇଥିଲେ। ନିର୍ଯାତନା ଅସହ୍ୟ ହେବାରୁ ଆସିଷ୍ଟାଣ୍ଟ ପ୍ରଫେସର ଏନେଇ ଛତିଶଗଡ଼ କବୀରନଗର ଥାନାରେ ଅଭିଯୋଗ କରିଥିଲେ। ଅପରାଧର ଘଟଣାସ୍ଥଳ ଭୁବନେଶ୍ୱରରେ ହୋଇଥିବାରୁ ସେଠାକାର ପୋଲିସ ଜିରୋ ଏଫ୍‌ଆଇଆର୍‌ରେ ମାମଲା ରୁଜୁକରି କମିଶନରେଟ ପୋଲିସକୁ ଜଣାଇବା ସହ ମାମଲା ହସ୍ତାନ୍ତର କରି କାର୍ଯ୍ୟାନୁଷ୍ଠାନ ନେବାକୁ କହିଥିଲା। ଖଣ୍ଡଗିରି ପୋଲିସ ମେ’ ୨୮ରେ ଆଇପିସିର ଦଫା ୩୭୬, ୩୮୪, ୫୦୬ରେ ଏକ ମାମଲା (ନଂ.୨୮୩/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଡିସିପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶରେ ଅଭିଯୁକ୍ତଙ୍କୁ ଧରିବାକୁ ଏକ ପୋଲିସ ଟିମ୍‌ ଛତିଶଗଡ଼ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?