ଉମେଶ ନିଲମ୍ବିତ, ହୁସେନଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ବିଶୃଙ୍ଖଳିତ ଆଚରଣ ପାଇଁ ରାଉରକେଲା ଜିଲା କଂଗ୍ରେସ କମିଟିର ପୂର୍ବତନ ଉପସଭାପତି ଉମେଶ ଶରଣଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ମଙ୍ଗଳବାର କଂଗ୍ରେସ ଭବନଠାରେ କିଶୋର ଚନ୍ଦ୍ର ପଟେଲଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପ୍ରଦେଶ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଗତ ୧୩ ତାରିଖରେ ରାଉରକେଲା ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଦୁଇ ବରିଷ୍ଠ କଂଗ୍ରେସ ନେତାଙ୍କ ମଧ୍ୟରେ ଚୌକି ପାଇଁ ହୋଇଥିବା ହାତାହାତି ଘଟଣା ଓ ବିଶୃଙ୍ଖଳିତ କାର୍ଯ୍ୟକଳାପ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଶୃଙ୍ଖଳା କମିଟିର ସୁପାରିସ କ୍ରମେ ପିସିସି ସଭାପତି ଶରତ ପଟ୍ଟନାୟକ ରାଉରକେଲା ଜିଲା କଂଗ୍ରେସ କମିଟିର ପୂର୍ବତନ ଉପସଭାପତି ଉମେଶ ଶରଣଙ୍କୁ କଂଗ୍ରେସ ଦଳରୁ ନିଲମ୍ବନ କରିଛନ୍ତି। ସେହିପରି ରାଉରକେଲା ଜିଲା କଂଗ୍ରେସ ସଂଖ୍ୟାଲଘୁ ବିଭାଗ ପୂର୍ବତନ ଅଧ୍ୟକ୍ଷ ସେକ୍‌ ସବିର ହୁସେନଙ୍କ ବିରୋଧରେ କାହିଁକି ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ ସେ ସମ୍ପର୍କରେ ପିସିସି ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଅନେକ ସମୟରେ କେତେକ କଂଗ୍ରେସ ନେତା ଓ କର୍ମୀ ଫେସ୍‌ବୁକ୍‌ କିମ୍ବା ଅନ୍ୟ ସାମାଜିକ ଗଣମାଧ୍ୟମରେ କଂଗ୍ରେସ ଦଳର ଶୀର୍ଷ ନେତା ଓ ଦଳର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିବାଭଳି ମନ୍ତବ୍ୟ, ଟିପ୍ପଣୀ ଓ ମତ ରଖୁଛନ୍ତି । ଏହାଦ୍ୱାରା ଦଳ ନିନ୍ଦିତ ହେଉଛି। ଏଭଳି କାର୍ଯ୍ୟରୁ ବିରତ ରହିବାକୁ ଶୃଙ୍ଖଳା କମିଟି ବୈଠକରେ ନେତା ଓ କର୍ମୀମାନଙ୍କୁ ଚେତାବନୀ ଦିଆଯାଇଛି। ଆଗକୁ ଯଦି ଏଭଳି ଘଟଣାର ପୁନରାବୃତ୍ତି ହେବ ତେବେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ନିଷ୍ପତ୍ତି ନିଆ ାଯାଇଥିବା ଦଳ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri