ପେଡ଼ି ଖୋଲିଦେଲେ ଉମା ସାମନ୍ତରାୟ, “ମତେ ବାଧ୍ୟକରି ଏଠୁ ନିର୍ବାଚନ ଲଢ଼ାଇଲେ”

ଭୁବନେଶ଼୍ବର, ୮/୬: ବିଜେଡି ନେତା ଉମା ସାମନ୍ତରାୟଙ୍କ ବିସ୍ଫୋରକ ବୟାନ ସାମ୍ନାକୁ ଆସିଛି। ଉମା ତାଙ୍କର ଅସନ୍ତୋଷର ପେଡ଼ି ଖୋଲିଛନ୍ତି। ତାଙ୍କୁ ବାଧ୍ୟକରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ ପଠାଯାଇଥିିବା ସେ କହିଛନ୍ତି । ସେ ୪ ଥର ସତ୍ୟବାଦୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜିତି ବିଧାୟକ ହୋଇଥିବା ବେଳେ ତାଙ୍କୁ ଚକ୍ରାନ୍ତ କରି ବ୍ରହ୍ମଗିରିରୁ ଛିଡ଼ାହେବାକୁ କୁହାଯାଇଥିଲା । ସେତେବେଳେ ମୁଖ୍ୟମନ୍ତ୍ରୀ ନିଜେ ଡାକି ବ୍ରହ୍ମଗିରିରୁ ଲଢ଼ିବାକୁ କହିଥିଲେ। ନବୀନ ପଟ୍ଟନାୟକଙ୍କୁ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛ ଯଦି ବ୍ରହ୍ମଗିରିରୁ ନିର୍ବାଚନ ଲଢ଼ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କୁ କହିଥିବା ସେ ତାଙ୍କ ବୟାନରେ କହିଛନ୍ତି।

ସେଥିପାଇଁ ସେ ବାଧ୍ୟ ହୋଇ ବ୍ରହ୍ମଗିରିରୁ ବିଜେଡିର ପ୍ରାର୍ଥୀ ଭାବେ ଇଚ୍ଛା ନଥାଇ ବି ନିର୍ବାଚନ ଲଢ଼ିଥିଲେ । ଏତେ ବଡ଼ ଅଞ୍ଚଳ ଖୁବ୍‌ କମ୍‌ ସମୟ ମଧ୍ୟରେ କଭର୍‌ କରିବାକୁ ସେ ସମୟ ପାଇନଥିଲେ। ଯଦି ବ୍ରହ୍ମଗିରି ବଦଳରେ ସତ୍ୟବଦୀରୁ ନିର୍ବାଚନ ଲଢ଼ିଥାନ୍ତି ତେବେ ସେଠାରୁ ନିଶ୍ଚୟ ଜିତିଥାନ୍ତି ବୋଲି ଉମା ସାମନ୍ତରାୟ କହିଛନ୍ତି। ଏଥି ସହିତ ସେ ସବୁବେଳେ ସତ୍ୟବାଦୀ ଲୋକଙ୍କ ସହିତ ଥିଲେ ଏବଂ ରହିବେ ବୋଲି ପ୍ରକାଶ କରିଛନ୍ତି ।
ପେଡ଼ି ଖୋଲିଦେଲେ ଉମା ସାମନ୍ତରାୟ


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri