ସମସ୍ତ ସମ୍ପତ୍ତି ସରକାରଙ୍କୁ ଦାନ କରିବାକୁ ବୃଦ୍ଧା ଉଷାଙ୍କ ଘୋଷଣା

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଣେ ବୃଦ୍ଧା ନିଜ କୋହଭରା କଣ୍ଠରେ କହିଛନ୍ତି, ନିଜର ଜନ୍ମକଲା ଝିଅପୁଅ ପଚାରିଲେ ନାହିଁ। ପରିଣତ ବୟସରେ ଜୀବନ ବଞ୍ଚାଇବା ଦୁର୍ବିଷହ ହୋଇପଡ଼ିଥିଲା। ଏହି ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀସ୍ଥିତ ବରିଷ୍ଠ ନାଗରିକ ନିବାସ ମୋର ସମସ୍ତ ଦାୟିତ୍ୱ ନେଇଥିଲା। ତେଣୁ ମୋର ସମସ୍ତ ସମ୍ପତ୍ତି ସରକାରଙ୍କୁ ଦାନ କରିବି ବୋଲି ଜିଲାର ତରାଣ୍ଡ ଅଞ୍ଚଳର ବୃଦ୍ଧା ଉଷା ନାୟକ (୭୫) କହିଛନ୍ତି।
ରବିବାର ପୂର୍ବାହ୍ନରେ ବରିଷ୍ଠ ନାଗରିକ ନିବାସରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜନପ୍ରତିନିଧି ଓ ସରକାରୀ ଅଧିକାରୀ ଉପସ୍ଥିତ ଥିଲେ। ଏଠାରେ ଅଞ୍ଚଳର ୨୫ ଜଣ ବୃଦ୍ଧାବୃଦ୍ଧ ଘର ଛାଡି ଅବଶିଷ୍ଟ ଜୀବନ ଆରମ୍ଭ କରିଛନ୍ତି। ହେଲେ ତରାଣ୍ଡର ଉଷାଙ୍କ କହିବା କଥା ନିଜ ଜନ୍ମକଲା ଝିଅପୁଅମାନେ ପଚାରିଲେ ନାହିଁ। ଜିଲା ପ୍ରଶାସନ ସହାୟତାରେ ଏହି ନିବାସରେ ବର୍ଷେ ହେବ ରହି ଆସୁଛି। ଏହି ନିବାସରେ ରହିବା ପରେ ସ୍ବର୍ଗ ସୁଖ ମିଳୁଛି। ପୁଅ ମୋତେ ବୋଝ ଭାବି ଘର ଛାଡ଼ି ନିଜ ଶ୍ୱଶୁର ଘରେ ରହୁଛି। ବାଧ୍ୟ ହୋଇ ଜିଲା ପ୍ରଶାସନର ସହାୟତା ନେଇଥିଲି। ଜିଲା ପ୍ରଶାସନ ପକ୍ଷରୁ ବର୍ଷେ ପୂର୍ବେ ଏହି ବରିଷ୍ଠ ନାଗରିକ ନିବାସରେ ଥଇଥାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବୃଦ୍ଧା ଉଷା କ୍ଷୋଭର ସହ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ପରିଡ଼ାଙ୍କ ଉପସ୍ଥିତିରେ କହିଛନ୍ତି, ମୋର ସମସ୍ତ ସମ୍ପତ୍ତି ସରକାରଙ୍କୁ ଦାନ କରିବା ପାଇଁ ଦୃଢ଼ ନିଷ୍ପତ୍ତି ଗ୍ରହଣ କରିଛି। ମୋର ଅବଶିଷ୍ଟ ଜୀବନ ଏହି ନିବାସରେ ଅତିବାହିତ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁନିସିଆକୁ ପରାସ୍ତ କରି ନକ୍‌ଆଉଟ୍‌ରେ ନେଦରଲାଣ୍ଡ୍ସ

କାନ୍ସାସ ସିଟି,୨୬ା୬: ବ୍ରିଆନ ବ୍ରୋବେଙ୍କ ଗୋଲ ବଳରେ ନେଦରଲାଣ୍ଡ୍ସ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୧ ଗୋଲରେ ଟ୍ୟୁନିସିଆକୁ ପରାସ୍ତ କରିଛି। ଏହି ବିଜୟ ସହ ନେଦରଲାଣ୍ଡ୍ସ ଗ୍ରୁପ୍‌-ଏଫ୍‌’…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri