Posted inଖେଳ

ଆଇପିଏଲ୍‌ରୁ ଓହରିଲେ ଅମ୍ପାୟର ମେନନ

ନୂଆଦିଲ୍ଲୀ, ୩୦ା୪ (ପି.ଟି.)- ଭାରତର ଟପ୍‌ ଅମ୍ପାୟର ନୀତୀନ ମେନନ ଚଳିତ ଆଇପିଏଲ୍‌ରୁ ଓହରିଯାଇଛନ୍ତି। ତାଙ୍କ ପରିବାରର ୨ ସଦସ୍ୟ କୋଭିଡ୍‌ ସଂକ୍ରମଣରେ ଥିବା ଜଣାପଡ଼ିବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପକ୍ଷରେ ଭାରତରୁ ଅଷ୍ଟ୍ରେଲିଆକୁ ବିମାନଯାତ୍ରା ବନ୍ଦ ଘୋଷଣା ପରେ ଅଷ୍ଟ୍ରେଲୀୟ ଅମ୍ପାୟର ପଲ୍‌ ରିଫେଲ ନିଜ ଦେଶକୁ ଫେରିଯିବା ଚେଷ୍ଟା କରି ବିଫଳ ହୋଇଛନ୍ତି। ଖବର ଅନୁସାରେ ଇନ୍ଦୋର ବାସିନ୍ଦା ମେନନଙ୍କ ସ୍ତ୍ରୀ ଓ ମା’ କରୋନା ସଂକ୍ରମିତ ହୋଇଛନ୍ତି। ଆଇସିସି ଏଲିଟ୍‌ ପ୍ୟାନେଲ ଅଫ୍‌ ଅମ୍ପାୟର୍ସ ତାଲିକାରେ ମେନନ ଏକମାତ୍ର ଭାରତୀୟ। ଇଂଲଣ୍ଡ ବିପକ୍ଷ ଘରୋଇ ସିରିଜ ବେଳେ ତାଙ୍କ କାର୍ଯ୍ୟଦକ୍ଷତାର ଉଚ୍ଚ ପ୍ରଶଂସା କରାଯାଇଥିଲା। ପରିବାରରେ ଦୁଇଜଣ କରୋନାରେ ଆକ୍ରାନ୍ତ ହୋଇଥିବାରୁ ମେନନ ବର୍ତ୍ତମାନ ମାନିସକ ସ୍ତରରେ ମ୍ୟାଚ ପରିଚାଳନା କରିବା ଅବସ୍ଥାରେ ନ ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ଅଫିସିଆଲ ପ୍ରକାଶ କରିଛନ୍ତି। ଭାରତରେ କରୋନା ମହାମାରୀ ଏହାର କାୟାବିସ୍ତାର କରି ଚାଲିଥିବାରୁ ଅଷ୍ଟ୍ରେଲିଆ ସରକାର ଭାରତରୁ ତାଙ୍କ ଦେଶକୁ ବିମାନ ଚଳାଚଳ ଉପରେ କଟକଣା ଜାରି କରିଛନ୍ତି। ରିଫେଲ ତେଣୁ ଦୋହା ବାଟ ଦେଇ ସ୍ବଦେଶ ଫେରିଯିବାକୁ ଉଦ୍ୟମ କରିଥିଲେ। ନିଜେ ଜଣେ ଅଷ୍ଟ୍ରେଲୀୟ ହୋଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନ ଥିଲା। ରିଫେଲ ବର୍ତ୍ତମାନ ଅହମଦାବାଦସ୍ଥିତ ଏକ ହୋଟେଲରେ ଅବସ୍ଥାନ କରୁଛନ୍ତି। ସେ କହିଛନ୍ତି ତାଙ୍କ ଦେଶରେ ଦୁଇଜଣ ଖେଳାଳି ଦୋହା ବାଟ ଦେଇ ସ୍ବଦେଶ ଫେରିଯିବାରେ ସଫଳ ହୋଇଛନ୍ତି। ମାତ୍ର ମୋ ବେଳକୁ ଏହି ରାସ୍ତା ବନ୍ଦ ହୋଇଯାଇଛି। ତେଣୁ ମେ’ ୩୦ରେ ଟୁର୍ନାମେଣ୍ଟ ଶେଷ ହେଲା ପରେ ଯାଇ ସେ ଅଷ୍ଟ୍ରେଲିଆ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri