Posted inଖେଳ

ପଡ଼ିଆରେ ଅମ୍ପାୟାର୍‌ଙ୍କ ଏଭଳି ଶୈଳୀ ଦେଖି ସମସ୍ତେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ମୁମ୍ବାଇ,୬।୧୨: ମ୍ୟାଚ୍‌ରେ ଅମ୍ପାୟାରିଂ କରିବା ପ୍ରକୃତରେ ଏକ କଷ୍ଟକର କାର୍ଯ୍ୟ। ଅନ-ଫିଲ୍ଡ କିଛି ସେକେଣ୍ଡ ମଧ୍ୟରେ ଅମ୍ପାୟାରଙ୍କୁ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିଥାଏ। ଏହି ନିଷ୍ପତ୍ତି ସମ୍ପୂର୍ଣ୍ଣ ସଠିକତା ସହିତ ନିଆଯିବା ଆବଶ୍ୟକ, କାରଣ ଗୋଟିଏ ଭୁଲ କଲ ସମଗ୍ର ଖେଳ ଉପରେ ପ୍ରଭାବ ପକାଇପାରେ। ଅମ୍ପାୟାର ସଙ୍କେତ ସାହାଯ୍ୟରେ ନିଷ୍ପତ୍ତି ଦିଅନ୍ତି। ଉଦାହରଣ ସ୍ବରୂପ, ଉଭୟ ହାତ ବଢାଇବାର ଅର୍ଥ ହେଉଛି ବ୍ୟାଟ୍ସମ୍ୟାନ୍‌ ଛକା ମାରିଲେ। ଯଦି ଆଙ୍ଗୁଠି ଉଠାଯାଏ, ବ୍ୟାଟ୍ସମ୍ୟାନ ଆଉଟ୍‌ ଘୋଷିତ ହୁଅନ୍ତି।
ଯଦିଓ ଏହି କାର୍ଯ୍ୟଗୁଡ଼ିକ ଅତି ସରଳ, କିଛି ଅମ୍ପାୟାରଙ୍କ ନିଷ୍ପତ୍ତି ପ୍ରକାଶ କରିବାର ଭିନ୍ନ ଉପାୟ ଅଛି। ପୂର୍ବତନ ଅମ୍ପାୟର ବିଲି ବାଓଡେନ୍‌ଙ୍କ ଅମ୍ପାୟରିଂ ଶୈଳୀ ନିଆରା ଥିଲା। ନିକଟରେ ସୋସିଆଲ ମିଡିଆରେ ଜଣେ ଅମ୍ପାୟାରଙ୍କ ଏକ ଭିଡିଓ ଭାଇରାଲ ହେଉଛି, ଯାହା ଅତ୍ୟନ୍ତ ମଜାଳିଆ। ଏହି ଭାଇରାଲ କ୍ଲିପ ମହାରାଷ୍ଟ୍ରର ଏକ ସ୍ଥାନୀୟ କ୍ରିକେଟ ଟୁର୍ନାମେଣ୍ଟ ପୁରନ୍ଦର ପ୍ରିମିୟର ଲିଗର ଅଟେ। ମ୍ୟାଚ୍‌ରେ ଅମ୍ପାୟାରର ଏକ ନିଆରା ଶୈଳୀ ଦେଖି ଦର୍ଶକ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହି ଅମ୍ପାୟାର ଜଣଙ୍କ ଓ୍ବାଇଡ୍‌ ସଙ୍କେତ ଦେବା ପାଇଁ ତାଙ୍କ ପାଦ ବ୍ୟବହାର କରିଥିଲେ। ଏହି ଭିଡିଓକୁ ଇଂଲଣ୍ଡର ପୂର୍ବତନ କ୍ରିକେଟର୍‌ ମାଇକେଲ୍‌ ଭନ ଶେୟାର କରିଛନ୍ତି। ସେ କହିଛନ୍ତି, ଏମିତି ଅମ୍ପାୟାର୍‌ଙ୍କ ଆଇସିସି ଏଲିଟ୍‌ ପ୍ୟାନେଲ୍‌ ଯୋଗ ଦେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri