Posted inଖେଳ

ଆଇପିଏଲ୍‌କୁ ନେଇ ବଢୁଛି ଚିନ୍ତା: ଖେଳାଳିଙ୍କ ପରେ ଏବେ ଅମ୍ପାୟାର ବି ଟୁର୍ନାମେଣ୍ଟ ଅଧାରୁ ଛାଡି ପଳାଇଲେ

ନୂଆଦିଲ୍ଲୀ,୨୯।୪: ଦେଶରେ ଏବେ କରୋନା କାୟା ବିସ୍ତାର କରିଛି। ଏସବୁ ଭିତରେ ଆଇପିଏଲ ୨୦୨୧ ଟୁର୍ନାମେଣ୍ଟ ଜାରି ରହିଛି। କରୋନା ଯୋଗୁ ଟୁର୍ନାମେଣ୍ଟ ମଝିରେ କିଛି ଖେଳାଳି ଏବଂ ଅଧିକାରୀ ନିଜ ନାଁ ପ୍ରତ୍ୟାହାର ଜାରି କରିନେଉଛନ୍ତି। ନିକଟରେ ଅଷ୍ଟ୍ରେଲିଆର ତିନି ଖେଳାଳି କରୋନା ଭୟରେ ଆଇପିଏଲ୍‌ ଛାଡି ସ୍ବଦେଶ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ଏବେ ଏଲିଟି ପ୍ୟାନେଲର ଦୁଇଜଣ ଅମ୍ପାୟାର ନିତିନ ମେନନ ଏବଂ ପଲ ରାଇଫଲ ବ୍ୟକ୍ତିଗତ କାରଣରୁ ଆଇପିଏଲ୍‌ ଛାଡିବାକୁ ନିଷ୍ପତ୍ତି ନେଇଛନ୍ତି। ୯ ଏପ୍ରିଲରୁ ଆରମ୍ଭ ହୋଇଥିବା ଏହି ଆଇପିଏଲ ସିଜିନ ମେ ୩୦ ପର୍ଯ୍ୟନ୍ତ ଚାଲିବ।
ନିତିନ ମେନନ ଇନ୍ଦୋରରେ ଥିବା ତାଙ୍କ ଘରକୁ ଯାଇଛନ୍ତି। ତାଙ୍କ ମା ଏବଂ ସ୍ତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ସରକାର କିଛି ଦିନ ପୂର୍ବରୁ ଭାରତକୁ ବିମାନ ଚଳାଚଳ ବନ୍ଦ କରିବା ନେଇ ଚିନ୍ତା ପ୍ରକଟ କରି ପାଲ ରାଇଫଲ ଘରକୁ ଯିବାକୁ ନିଷ୍ପତ୍ତି ନେଇଛନ୍ତି। ନିକଟରେ ଅଷ୍ଟ୍ରେଲିଆର ଆଦାମ ଜାମ୍ପା, କେନ ରିଚାର୍ଡସନ ଏବଂ ଆଣ୍ଡ୍ରିୟୁ ଟାଇ ଅଷ୍ଟ୍ରେଲିଆ ଯିବାକୁ ନିଷ୍ପତ୍ତି ନେଇଥିଲେ। କେବଳ ଏତିକି ନୁହେଁ, ଭାରତୀୟ ଅଫ ସ୍ପିନର ଆର ଅଶ୍ୱିନ ମଧ୍ୟ ତାଙ୍କ ପରିବାର ସହିତ ସମୟ ବିତାଇବା ପାଇଁ ଟି-୨୦ ଲିଗରୁ ଓହରି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri