ଆଇପିଏଲ୍‌ରେ ଇତିହାସ ରଚିଲେ ଉମରାନ୍‌

ମୁମ୍ବାଇ,୧୭।୪: ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ଦ୍ରୁତ ବୋଲର ଉମରାନ୍‌ ମଲିକ ଚମତ୍କାର ବୋଲିଂ କରିଥିଲେ। ସେ ଆଇପିଏଲରେ ଇତିହାସ ସୃଷ୍ଟି କରିଛନ୍ତି। ଆଇପିଏଲ ଇତିହାସରେ ସେ ଏକମାତ୍ର ବୋଲର, ଯିଏକି ମ୍ୟାଚର ପ୍ରଥମ ଇନିଂସର ୨୦ତମ ଓଭର ମେଡେନ୍‌ ପକାଇଛନ୍ତି। ତାଙ୍କ ବ୍ୟତୀତ ଅନ୍ୟ କୌଣସି ବୋଲର୍‌ ଏହି ସଫଳତା ହାସଲ କରିବାକୁ ସକ୍ଷମ ହୋଇନାହାଁନ୍ତି।
ଆଇପିଏଲରେ ୨୦ତମ ଓଭର ମେଡେନ୍‌ ଫିଙ୍ଗିବାର ରେକର୍ଡ ପୂର୍ବରୁ ଇରଫାନ ପଠାନ ଏବଂ ଜୟଦେବ ଉନାକତଙ୍କ ଦ୍ୱାରା ହୋଇଥିଲା। କିନ୍ତୁ ସେମାନେ ମ୍ୟାଚର ଦ୍ୱିତୀୟ ଇନିଂସର ଶେଷ ଓଭର ବୋଲିଂ କରିଥିଲେ, କିନ୍ତୁ ଉମରାନ୍‌ ମେଡେନ ଓଭର୍‌ ପ୍ରଥମ ଇନିଂସ ବୋଲିଂ କରିଥିଲେ। କେବଳ ଏତିକି ନୁହେଁ, ମୋଟ ୪ଟି ଉଇକେଟ ଏହି ଓଭରରେ ପଡ଼ିଥିଲା। ସେଥିମଧ୍ୟରୁ ୩ଟି ଉଇକେଟ ଉମରାନ୍‌ ନେଇଥିବାବେଳେ ଗୋଟିଏ ଉଇକେଟ ରନ ଆଉଟ ଜରିଆରେ ହୋଇଥିଲା। ଏହି ମ୍ୟାଚ୍‌ରେ ଉମରାନ୍‌ ୪ ଓଭରରେ ୨୮ ରନ ଦେଇ ୪ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?