ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ତ୍ରୀଙ୍କୁ କ୍ଷମା ମାଗିଲେ ବୋଲର୍‌

ମୁମ୍ବାଇ,୨୮।୪: ଆଇପିଏଲ ୨୦୨୨ର ୪୦ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଏକ ରୋମାଞ୍ଚକର ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ କ୍ୟାପଟେନ ହାର୍ଦ୍ଦିକ ପାଣ୍ଡ୍ୟା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପାଣ୍ଡ୍ୟା ବ୍ୟାଟିଂରେ ବିଶେଷ କିଛି କରି ପାରି ନ ଥିଲେ। ସେ ବ୍ୟାଟିଂ କରୁଥିବାବେଳେ ତାଙ୍କ କାନ୍ଧରେ ବଲ ବାଜି ଯାଇଥିଲା। ଏହା ଦେଖି ଷ୍ଟାଡିୟମରେ ଉପସ୍ଥିତ ଥିବା ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକ ଚିନ୍ତା ବ୍ୟକ୍ତ କରିଥିଲେ।
ହାର୍ଦ୍ଦିକ ପାଣ୍ଡ୍ୟା ଉମ୍‌ରାନ ମଲିକଙ୍କ ବଲରେ ଏକ ବଡ ସଟ ମାରିବାକୁ ଚାହୁଁଥିଲେ, କିନ୍ତୁ ବଲ ତାଙ୍କ କାନ୍ଧରେ ବାଜିଥିଲା। ସେ ଯନ୍ତ୍ରଣାରେ ହାତ ଏପଟ ସେପଟ କରୁଥିବାର ଦେଖାଯାଇଥିଲା। ସଙ୍ଗେ ସଙ୍ଗେ ପଡ଼ଆରେ ଫିଜିଓ ମଧ୍ୟ ପହଞ୍ଚିଥିଲେ। ଏହା ଦେଖି ତାଙ୍କ ନତାଶା ଷ୍ଟାନକୋଭିକ ଚିନ୍ତାରେ ପଡିଯାଇଥିଲେ। ଏବେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ଼ ଇନିଂସ ଖେଳିପାରି ନ ଥିଲେ। ସେ ମାତ୍ର ୧୦ ରନରେ ଉମ୍‌ରାନ୍‌ଙ୍କ ବଲ୍‌ରେ ଆଉଟ୍‌ ହୋଇଥିଲେ। ମ୍ୟାଚ୍‌ ପରେ ଉମରାନ୍‌ ନତାଶାଙ୍କୁ ହାତଯୋଡି କ୍ଷମା ମାଗିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ଉମ୍‌ରାନଙ୍କୁ ପଛରୁ ଧରିଛନ୍ତି, ସେ ଷ୍ଟାଣ୍ଡ୍‌ରେ ଥିବା ନତାଶାଙ୍କୁ ଦେଖି ହାତ ଯୋଡୁଥିବାର ଫଟୋ ୱିସଡେନ ଇଣ୍ଡିଆର ଅଫିସିଆଲ ଟୁଇଟର୍‌ରେ ଶେୟାର କରାଯାଇଛି।
ଏହି ଫଟୋ ଶେୟାର କରି କ୍ୟାପସନ ଲେଖାଯାଇଛି, ‘ସରି ସିନିୟର!’। ଏହି ଫଟୋ ଦେଖି ଜଣେ ପ୍ରଶଂସକ ଲେଖିଛନ୍ତି ଯେ ଷ୍ଟାଡିୟମରେ ଉପସ୍ଥିତ ଥିବା ନତାଶାଙ୍କୁ ଉମରାନ କ୍ଷମା ମାଗୁଛନ୍ତି।

https://twitter.com/JamesTyler_99/status/1519362459865206784


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri