ଭାରତୀୟ ଦଳରେ ସ୍ଥାନ ପାଇଲେ ଫଳ ବିକ୍ରେତାଙ୍କ ପୁଅ

ଶ୍ରୀନଗର,୨୩।୫:ଆସନ୍ତା ମାସରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟିମ ଇଣ୍ଡିଆକୁ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ଏହି ସିରିଜ ପାଇଁ ବିସିସିଆଇ ପକ୍ଷରୁ ଭାରତୀୟ ଦଳ ଘୋଷଣା କରାଯାଇଛି। ଆଶା କରାଯାଉଥିବା ପରି ଏହି ଦଳରେ ଦ୍ରୁତ ବୋଲର ଉମରାନ ମଲିକଙ୍କୁ ସ୍ଥାନ ଦିଆଯାଇଛି। ଆଇପିଏଲରେ ଉମରାନ ଭଲ ପ୍ରଦର୍ଶନ କରିବାର ଫଳ ପାଇଛନ୍ତି। ଉମରାନଙ୍କ ଚୟନରେ ତାଙ୍କ ପିତା ବହୁତ ଖୁସି ଅଛନ୍ତି।
ପୁଅର ସଫଳତାରେ ଉମରାନଙ୍କ ପିତା ଅବଦୁଲ ରସିଦ ଭାବପ୍ରବଣ ହୋଇପଡିଛନ୍ତି। ରସିଦ ରାସ୍ତା କଡ଼ରେ ଫଳ ବିକ୍ରି କରନ୍ତି। ସେ ସର୍ବଦା ତାଙ୍କ ପୁଅକୁ ଭାରତୀୟ ଦଳରେ ମନୋନୀତ ହେବାର ସ୍ବପ୍ନ ଦେଖୁଥିଲେ। ସେ କହିଛନ୍ତି, ଆଇପିଏଲରେ ପୁଅର ପ୍ରଦର୍ଶନ ଏବଂ ସମଗ୍ର ଦେଶ ତାକୁ ସମର୍ଥନ କରିଥିବା ଦେଖି ଆମେ ସମସ୍ତେ ଗର୍ବିତ। ଆଜି ଆମ ବଳିଦାନର ଫଳ ମିଳିଛି। ମୋର ବିଶ୍ୱାସ ଥିଲା ଦିନେ ସେ ସଫଳତା ପାଇବ। ଦକ୍ଷତା ଏବଂ ପ୍ରତିଭା ଉପରେ ତା’ ନିଜର ସମ୍ପୂର୍ଣ୍ଣ ବିଶ୍ୱାସ ଥିଲା ଏବଂ ଏଥିପାଇଁ ସେ କଠିନ ପରିଶ୍ରମ କରିଥିଲା। ସେ କଠିନ ପରିଶ୍ରମ କଲା ଏବଂ ଆଲ୍ଲା ତାକୁ ସମର୍ଥନ କଲେ। ତେଣୁ ସଫଳତାର ଶ୍ରେୟ ମୁଁ ନେବାକୁ ଯୋଗ୍ୟ ନୁହେଁ ବୋଲି ରସିଦ କହିଛନ୍ତି।
ଜମ୍ମୁ କଶ୍ମୀରର ୨୧ ବର୍ଷୀୟ ଉମରାନ ଆଇପିଏଲର ୧୩ଟି ମ୍ୟାଚରେ ୨୧ଟି ଉଇକେଟ ନେଇଥିଲେ। କିନ୍ତୁ ଉଇକେଟ ଅପେକ୍ଷା ସେ ୧୫୦ କିଲୋମିଟର ବେଗରେ ବୋଲିଂ କରି ଚର୍ଚ୍ଚାରେ ଥିଲେ। ଦଳର ଚୟନ ପରେ ସେ କହିଛନ୍ତି, ମୋତେ ଅଭିନନ୍ଦନ ଜଣାଇବାକୁ ବହୁ ସଂଖ୍ୟାରେ ଲୋକ ଆସୁଛନ୍ତି। ମୁଁ ଏବେ ଘରକୁ ଯାଉଛି। ଜାତୀୟ ଦଳର ଜର୍ସି ପିନ୍ଧିବା ଅପେକ୍ଷା ଜୀବନରେ ଆଉ କ’ଣ ବଡ଼ ସଫଳତା ହୋଇପାରେ।
ଦକ୍ଷିଣ ଆଫ୍ରିକା ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ଚୟନ ହୋଇଥିବାରୁ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ମଧ୍ୟ ଉମରାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri