Posted inଖେଳ

୨୪ ବର୍ଷର ରେକର୍ଡ ଭାଙ୍ଗିଲେ ଉମରାନ

ଗୁଆହାଟୀ,୧୧।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଭାରତୀୟ ଦଳ ଜିତିଛି। ଏହି ମ୍ୟାଚ୍‌ରେ ବିଜୟ ସହ ଭାରତ ତିନି ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ରହିଛି। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଭାରତ ୩୭୩ ରନ ସ୍କୋର କରିଥିଲା। ଏହା ପରେ ଟିମ ଇଣ୍ଡିଆର ବିଜୟ ପ୍ରାୟ ନିଶ୍ଚିତ ଥିଲା ଏବଂ ବୋଲରମାନେ ମ୍ୟାଚର ଦ୍ୱିତୀୟ ଇନିଂସରେ ଚମତ୍କାର ପ୍ରଦର୍ଶନ କରି ଭାରତର ବିଜୟ ସ୍ଥିର କରିଥିଲେ।
ଭାରତ ପାଇଁ ପ୍ରଥମେ ମହମ୍ମଦ ସିରାଜ ପାୱାରପ୍ଲେରେ ଦୁଇଟି ଉଇକେଟ ନେଇଥିଲେ। ଏହା ପରେ ଉମରନ ମଲିକ ନିଜର ବୋଲିଂ ସ୍ପିଡ ୧୫୫ କିମି ପ୍ରତି ଘଣ୍ଟା ସହ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଥିଲେ। ସେ ବର୍ତ୍ତମାନ ଭାରତର ଦ୍ରୁତତମ ବୋଲର ହୋଇପାରିଛନ୍ତି। ସେ ପୂର୍ବତନ ଦ୍ରୁତ ବୋଲର ଜବଗଲ ଶ୍ରୀନାଥଙ୍କ ୨୪ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛନ୍ତି।
୧୯୯୯ ବିଶ୍ୱକପରେ ଜବଗଲ ଶ୍ରୀନାଥ ୧୫୪.୫ କିଲୋମିଟର ବେଗରେ ବୋଲିଂ କରିଥିଲେ। ସେତେବେଳେ ସେ ବିଶ୍ୱକପ୍‌ର ଦ୍ୱିତୀୟ ଦ୍ରୁତତମ ବୋଲର ଥିଲେ। ତାଙ୍କ ଆଗରେ ପାକିସ୍ତାନର ଶୋଏବ ଅଖତର ନାମ ଥିଲା। ବର୍ତ୍ତମାନ ଉମରାନ ମଲିକ ୧୫୫ରେ ବୋଲିଂ କରି ଶ୍ରୀନାଥଙ୍କୁ ପଛରେ ପକାଇ ଦେଇଛନ୍ତି।
କିଛି ଦିନ ପୂର୍ବରୁ ଟି-୨୦ କ୍ରିକେଟରେ ଭାରତ ପାଇଁ ଦ୍ରୁତତମ ବୋଲର ହୋଇଥିଲେ। ସେ ଶ୍ରୀଲଙ୍କା ବିପକ୍ଷ ସିରିଜରେ ୧୫୬ କିଲୋମିଟର ବେଗରେ ବୋଲିଂ କରିଥିଲେ। ଏଥି ସହିତ, ପୂର୍ବରୁ ଆଇପିଏଲରେ ସେ ୧୫୭ କିଲୋମିଟର ବେଗରେ ବୋଲିଂ କରିଥିଲେ। ଭାରତ ପାଇଁ ତାଙ୍କର କ୍ଷୁଦ୍ର କ୍ୟାରିୟରରେ ଉମରାନ ତାଙ୍କ ବୋଲିଂ ସ୍ପିଡ୍‌ ସହିତ ଉଇକେଟ ନେବା କ୍ଷମତା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri