ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କେନ୍ଦ୍ର ସରକାରଙ୍କ ପରିବେଶ ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଅଧିନ ପରିବେଶ ଶିକ୍ଷା କାର୍ଯ୍ୟକ୍ରମ ଆନୁକୂଲ୍ୟରେ ସେଣ୍ଟର ଫର ଏନ୍‌ଭାଇରୋମେଣ୍ଟ ଷ୍ଟଡିଜ୍‌ ( ସିଇଏସ) ସହାୟତାରେ ଆୟୋଜିତ କାର୍ଯ୍ୟକ୍ରମରେ ‘ପ୍ଲାଷ୍ଟିକର ବିକଳ୍ପ ଓ ଜୀବିକା ନିର୍ବାହରେ ପୁରୁଣା କାଗଜ ଓ ଶୁଖିଲା ପତ୍ରର ଭୂମିକା’ ବିଷୟ ଭିତ୍ତିକ ପ୍ରଶିକ୍ଷଣ ଶିବିରକୁ ବିଦ୍ୟାଳୟ ଅଧ୍ୟକ୍ଷ ଜେନାମଣି ସାହୁ ଉଦ୍‌ଘାଟନ କରିଥିଲେ। ଇକୋ କ୍ଲବ୍‌ ମୁଖ୍ୟ ପରିଚାଳିକା ଅଧ୍ୟାପିକା ରାଜଲକ୍ଷ୍ମୀ ସାହୁଙ୍କ ସଂଯୋଜନାରେ ସାନଖେମୁଣ୍ଡି ବ୍ଲକ୍‌ ଛଣମେରୀ ଗ୍ରାମ ନିକଟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷକ ବିବେକାନନ୍ଦ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ ସୃଷ୍ଟି କରୁଥିବା ମୁଖ୍ୟଅତିଥି କହିବା ସହ ପୁରୁଣା ଖବର କାଗଜ ଓ ଶୁଖିଲା ପତ୍ର ଦ୍ୱାରା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରସ୍ତୁତକରି ଜୀବିକା ନିର୍ବାହ କରାଯାଇ ପାରିବ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ହସ୍ତଶିଳ୍ପ ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗିଙ୍କୁ ପୁରସ୍କୃତ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri