Posted inରାଜ୍ୟ

‘ମୋ ବସ୍‌’ ସେବାକୁ ଜାତିସଂଘ ଆଓ୍ବାର୍ଡ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଓଡ଼ିଶାର ସହରାଞ୍ଚଳରେ ସାଧାରଣ ଯାତ୍ରୀଙ୍କୁ ସେବା ଯୋଗାଇ ଆସୁଥିବା ‘ମୋ ବସ୍‌’କୁ ବୁଧବାର ସମ୍ମାନଜନକ ଜାତିସଂଘ ପୁରସ୍କାର ମିଳିଛି। କ୍ୟାପିଟାଲ ରିଜିଅନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ)କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। କୋଭିଡ୍‌-୧୯ ମହାମାରୀ ସମୟରେ ବିଶ୍ୱ ସମୁଦାୟକୁ ବିଭିନ୍ନ ସେବା ଯୋଗାଇ ଆସୁଥିବା ଭାରତ, ବ୍ରାଜିଲ୍‌, କାନାଡା, ଆୟର୍ଲାଣ୍ଡ, ପାନାମା, ଫିଲିପାଇନ୍ସ, ପୋଲାଣ୍ଡ, ସଉଦି ଆରବ, ଥାଇଲାଣ୍ଡ ଏବଂ ୟୁକ୍ରେନ୍‌ର ୧୦ଟି ଉନ୍ନତ ସେବାକୁ ଏହି ବିଶ୍ୱସ୍ତରୀୟ ସମ୍ମାନଜନକ ପୁରସ୍କାର ମିଳିଛି। ଏଥିମଧ୍ୟରେ ଶିଶୁ ସୁରକ୍ଷା, ଉନ୍ନତ ଲିଙ୍ଗଗତ ସମାନତା ଏବଂ ଜଳକ୍ଲିଷ୍ଟ ଲୋକଙ୍କୁ ସୁରକ୍ଷା ଦେବା ଭଳି ଉତ୍ତମ ବ୍ୟବସ୍ଥାକୁ ସାମିଲ କରାଯାଇଛି। ଜାତିସଂଘର ଅର୍ଥନୈତିକ ଓ ସାମାଜିକ ବ୍ୟାପାର ବିଭାଗ ପକ୍ଷରୁ ଭର୍ଚୁଆଲ୍‌ ଯୋଗେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ପୁରସ୍କାର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?