ଶ୍ରୀଲଙ୍କାକୁ ସାହାଯ୍ୟ କରିବାକୁ ପ୍ରସ୍ତୁତ ମିଳିତ ଜାତିସଂଘ

ନ୍ୟୁୟର୍କ,୧୨।୭: ଶ୍ରୀଲଙ୍କାରେ ଚାଲିଥିବା ହିଂସାକୁ ନିନ୍ଦା କରିଛନ୍ତି ମିଳିତ ଜାତିସଂଘର ମହାସଚିବ ଜେନେରାଲ ଆଣ୍ଟୋନିଓ ଗୁଟେରସ। ଶ୍ରୀଲଙ୍କାର ଘଟଣାକ୍ରମ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଶ୍ରୀଲଙ୍କାକୁ ସମର୍ଥନ କରିବାକୁ ମିଳିତ ଜାତିସଂଘ ପ୍ରସ୍ତୁତ ଅଛି। ଏକ ନୂତନ ସରକାର ଗଠନ ତଥା ଦେଶର ଅର୍ଥନୈତିକ ସଙ୍କଟର ସ୍ଥାୟୀ ସମାଧାନ ପାଇଁ ସମସ୍ତ ପକ୍ଷଙ୍କୁ ଏକାଠି ହେବାକୁ ଗୁଟେରସ ଆହ୍ବାନ ଦେଇଛନ୍ତି। ତାଙ୍କ ମୁଖପାତ୍ର ଏହି ସୂଚନା ଦେଇଛନ୍ତି।
ଶ୍ରୀଲଙ୍କାର ଅର୍ଥନୈତିକ ସଙ୍କଟବେଳେ ଏହାର ପଡୋଶୀ ଦେଶ ଭାରତ ଏହାକୁ ସହଯୋଗର ହାତ ବଢାଇଛି। ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି ଯେ, ଶ୍ରୀଲଙ୍କା ଏବଂ ଏହାର ଲୋକମାନେ ଏହି ସମୟରେ ସମ୍ମୁଖୀନ ହେଉଥିବା ଆହ୍ବାନ ବିଷୟରେ ଆମେ ଅବଗତ। ଏହି କଠିନ ସମୟରେ ଆମେ ଶ୍ରୀଲଙ୍କାର ଲୋକଙ୍କ ସହ ଛିଡା ହୋଇଛୁ। ଶ୍ରୀଲଙ୍କାର ଆର୍ଥିକ ସ୍ଥିତିକୁ ସୁଦୃଢ ଼ କରିବା ପାଇଁ ଭାରତ ଚଳିତ ବର୍ଷ ୩.୮ ବିଲିୟନ ଡ଼ଲାରରୁ ଅଧିକ ସହାୟତା ଦେଇଛି।
ଶ୍ରୀଲଙ୍କାର ଋଣ ପ୍ରାୟ ୪ ଲକ୍ଷ କୋଟିରେ ପହଞ୍ଚିଥିବା ବେଳେ ବୈଦେଶିକ ମୁଦ୍ରା ପାଣ୍ଠି ଶୂନ୍ୟ ହୋଇଯାଇଛି। ୨.୨ କୋଟି ଜନସଂଖ୍ୟା ବିଶିଷ୍ଟ ଏହି ଦେଶରେ ଏବେ ପେଟ୍ରୋଲ ମିଳୁ ନ ଥିବା ବେଳେ ବିଜୁଳି ଏବଂ ପାଣି ବି ମିଳୁନାହିଁ। ଫଳରେ ଲୋକେ ବାଧ୍ୟ ହୋଇ ଏହି ଦୂରାବସ୍ଥା ଲାଗି ସରକାରଙ୍କୁ ଟାର୍ଗେଟ କରୁଛନ୍ତି।
ସୂଚନାଯୋଗ୍ୟ, ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ଚରମ ସୀମାରେ ପହଞ୍ଚିଥିବା ବେଳେ ଗତ ମାର୍ଚ୍ଚରୁ ଗୋଟାବାୟା ରାଜପାକ୍ସେଙ୍କ ଇସ୍ତଫା ଦାବି କରିଆସୁଥିଲେ ବିରୋଧୀ। ମାସ ମାସ ଧରି ଆନ୍ଦୋଳନ ପରେ ବି ସେ ଗାଦି ନ ଛାଡ଼ିବାରୁ ସ୍ଥିତିକୁ ନିଜ ହାତକୁ ନେଇଯାଇଥିଲେ ଲୋକେ। ଫଳରେ ବାଧ୍ୟ ହୋଇ ଶ୍ରୀଲଙ୍କା ରାଷ୍ଟ୍ରପତି ତାଙ୍କ ସରକାରୀ ବାସଭବନ ଛାଡ଼ି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?