କ୍ରୁଟ୍‌ ମହାପ୍ରବନ୍ଧକଙ୍କୁ ଜାତିସଂଘର ‘ହାବିଟାଟ୍‌ ସ୍କ୍ରଲ୍‌ ଅଫ୍‌ ଅନର୍‌ ଆୱାର୍ଡ’

ଭୁବନେଶ୍ୱର, ୪।୧୦ (ବ୍ୟୁରୋ):ରାଜ୍ୟରେ ‘ମୋ ବସ୍‌’ ସେବା ପରିଚାଳନା କରୁଥିବା କ୍ୟାପିଟାଲ ରିଜିୟନ୍‌ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌)ର ମହାପ୍ରବନ୍ଧକ ଦୀପ୍ତି ମହାପାତ୍ରଙ୍କୁ ଜାତିସଂଘର ‘ହାବିଟାଟ୍‌ ସ୍କ୍ରଲ୍‌ ଅଫ୍‌ ଅନର୍‌ ଆଓ୍ବାର୍ଡ’ ମିଳିଛି। ରବିବାର ତୁର୍କୀର ବାଲିକେସିର୍‌ଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଶ୍ୱର ଏହି ପ୍ରତିଷ୍ଠିତ ତଥା ମର୍ଯ୍ୟାଦାଜନକ ପୁରସ୍କାର ପ୍ରଦାନ କରାଯାଇଛି। ବ୍ୟକ୍ତି ବିଶେଷ, ସଂଗଠନ ଏବଂ ସଫଳ ପ୍ରକଳ୍ପ ଦ୍ୱାରା ମାନବ ବସତିର ବିକାଶ ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ଜାତିସଂଘ ପକ୍ଷରୁ ଏହି ପୁରସ୍କାର ଦିଆଯାଉଛି। ‘ଆକ୍ଟ ଲୋକାଲ୍‌ ଟୁ ଗୋ ଗ୍ଲୋବାଲ୍‌’ ଥିମ୍‌କୁ ନେଇ ଏପରି କାର୍ଯ୍ୟକ୍ରମ ମାଧ୍ୟମରେ ଆନ୍ତର୍ଜାତିକ ସ୍ତରରେ ସହରୀ ସଭ୍ୟତାକୁ ବିକଶିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ସଂଗଠନଗୁଡ଼ିକୁ ଉତ୍ସାହିତ କରାଯାଉଛି। ସହରାଞ୍ଚଳ ପରିବହନ କ୍ଷେତ୍ରରେ କ୍ରୁଟ୍‌ ସକାରାମତ୍କ ପରିବର୍ତ୍ତନ ଓ ଉଲ୍ଲେଖନୀୟ ଅବଦାନ ପାଇଁ କାର୍ଯ୍ୟ କରିବା ସହିତ ଲଗାତାର ପ୍ରୟାସ ଜାରି ରଖିଛି। ଜନ ପରିବହନ କ୍ଷେତ୍ରରେ ମହାପ୍ରବନ୍ଧକଙ୍କ ପଦକ୍ଷେପ, କାର୍ଯ୍ୟନିଷ୍ଠା ଏବଂ ଅଭିନବ ନେତୃତ୍ୱ ଦ୍ୱାରା କ୍ରୁଟ୍‌ର ପରିବହନ ସେବାକୁ ଏକ ଅନ୍ତର୍ଭୁକ୍ତୀକରଣ, ସୁଗମ, ନିରାପଦ ଗମନାଗମନ ବ୍ୟବସ୍ଥାରେ ପରିଣତ କରାଯାଇଛି। ବିଶେଷକରି ଏଥିରେ ମହିଳାଙ୍କୁ ଦିଆଯାଉଥିବା ସୁଯୋଗ ଦିଆଯାଇଛି। ଏହି ଅବସରରେ ଦୀପ୍ତି କହିଛନ୍ତି, ରାଜ୍ୟର ଜନ ପରିବହନ ବ୍ୟବସ୍ଥାରେ ସାଧାରଣରୁ ଅତି ସାଧାରଣ ଯାତ୍ରୀଙ୍କ ଅନ୍ତର୍ଭୁକ୍ତ ଏବଂ ବୃତ୍ତିଗତ କାର୍ଯ୍ୟକ୍ଷେତ୍ରରେ ଲିଙ୍ଗଗତ ପାର୍ଥକ୍ୟତାରେ ପରିବର୍ତ୍ତନ ଆଣିବାରେ ସଫଳ ହୋଇପାରିଛୁ। ଏଭଳି ସମ୍ମାନ ସମାଜ ପାଇଁ ଭଲ କାମ ସହ ସେବାରେ ନୂତନ ପଦକ୍ଷେପ କାର୍ଯ୍ୟକାରୀ କରିବାକୁ ପ୍ରେରଣା ଯୋଗାଇଥାଏ। ଆଗାମୀ ଦିନରେ ସ୍ଥାୟୀ ବିକାଶ ଲକ୍ଷ୍ୟ ପ୍ରାପ୍ତି ପାଇଁ କାର୍ଯ୍ୟ କରାଯାଉଛି ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?