‘ପୃଥିବୀ ମନ୍ଥନ’କୁ ଜାତିସଂଘର ସମର୍ଥନ

ଭୁବନେଶ୍ୱର, ୩୧।୫(ବ୍ୟୁରୋ):ପୁଣି ବିଶ୍ୱସ୍ତରରେ ଚମକିଛନ୍ତି ଓଡ଼ିଆ କଳାକାର। ଆସନ୍ତା ୫ ତାରିଖରେ ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ପ୍ରଦୂଷଣ ଓ ପରିବେଶକୁ ନେଇ ପ୍ରସ୍ତୁତ ହୋଇଛି ସଚେତନତା ଧର୍ମୀ ମ୍ୟୁଜିକ୍‌ ଭିଡିଓ ‘ପ୍ରଥିବୀ ମନ୍ଥନ’। ଏହାର ପ୍ରଚାର ପ୍ରସାର ପାଇଁ ସମର୍ଥନ ଜଣାଇଛି ଜାତିସଂଘ। ଶିବ ତାଣ୍ଡବ ସ୍ତ୍ରୋତମ ଓ ସାଗର ମନ୍ଥନ ଉପରେ ଆଧାରିତ ଏହି ହିନ୍ଦୀ ମ୍ୟୁଜିକ୍‌ ଭିଡିଓର କଳାକାରମାନେ ହେଉଛନ୍ତି ଓଡ଼ିଆ। ଅରୋମିରା ଏଟଣ୍ଟରଟେନ୍‌ମେଣ୍ଟ ପକ୍ଷରୁ ହୋଇଥିବା ଏହି ଗୀତକୁ କଣ୍ଠଶିଳ୍ପୀ ସୁସ୍ମିତା ଦାସ ଗାଇଛନ୍ତି। ଭାରତ ସରକାରଙ୍କ ବନ ବିଭାଗର ପୂର୍ବତନ ଡାଇରେକ୍ଟର ଜେନେରାଲ୍‌ ସିଦ୍ଧାନ୍ତ ଦାସ ଏହି ମ୍ୟୁଜିକ୍‌ ଭିଡିଓର ପରିକଳ୍ପନା କରିଥିବାବେଳେ ଶିବ କୁମାର ବିଲଗ୍ରାମୀ ଗୀତ ରଚନା କରିଛନ୍ତି। ଓମ୍‌ ପ୍ରକାଶ ମହାନ୍ତି ଗୀତଟିକୁ ସଙ୍ଗୀତରେ ସଜାଇଛନ୍ତି। ମ୍ୟୁଜିକ୍‌ ଭିଡିଓଟି ଦେବ ମେହେରଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ହୋଇଥିବା ବେଳେ ଅଭିନେତ୍ରୀ ସୂର୍ଯ୍ୟମୟୀ ଅଭିନୟ କରିଛନ୍ତି। ଏହି ମ୍ୟୁଜିକ୍‌ ଭିଡିଓଟିର ପୋଷ୍ଟର ୟୁଟୁବ୍‌ରେ ରବିବାର ରିଲିଜ୍‌ ହୋଇଛି। ପରିବେଶ ଦିବସ ଅବସରରେ ଜାତିସଂଘ ଏହି ଭିଡିଓକୁ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରିବ।
ଏ ସମ୍ପର୍କରେ ଦେବ ମେହେର କହିଛନ୍ତି, ‘୨୦୨୧ ବର୍ଷ ଲାଗି ଜାତିସଂଘର ସମର୍ଥନ ଥିବା ଏହା ଭାରତର ଏକମାତ୍ର ମ୍ୟୁଜିକ୍‌ ଭିଡିଓ, ଯାହାକୁ ପ୍ରଦୂଷଣ ବିଷୟରେ ସଚେତନତା ସୃଷ୍ଟି କରିବା ଲାଗି ପ୍ରସ୍ତୁତ କରାଯାଇଛି। ପ୍ରଥମ ଥର ଲାଗି ଶିବ ତାଣ୍ଡବ ସ୍ତ୍ରୋତମ୍‌ରେ ପରିବେଶ ବିଷୟକୁ ଯୋଡ଼ି ଏକ ମ୍ୟୁଜିକ୍‌ ଭିଡିଓର ପରିକଳ୍ପନା ପ୍ରସ୍ତୁତ କରାଯାଇଛି। ୟୁଏନ୍‌ଇପି, ଆଇୟୁସିଏନ୍‌, ବମ୍ବେ ନାଚୁରାଲ୍‌ ହିଷ୍ଟ୍ରି ସୋସାଇଟି, ଦି ଏନର୍ଜି ଆଣ୍ଡ୍‌ ରିସୋର୍ସେସ୍‌ ଇନ୍‌ଷ୍ଟିଚ୍ୟୁଟ୍‌, ୱାଇଲଡ୍‌ ଲାଇଫ୍‌ ଟ୍ରଷ୍ଟ୍‌ ଅଫ୍‌ ଇଣ୍ଡିଆ ଓ କର୍ନାଟକ ସରକାରଙ୍କ ଜେଏଲ୍‌ଆର୍‌ ସେମାନଙ୍କ ଲୋଗୋକୁ ଏହି ମ୍ୟୁଜିକ୍‌ ଭିଡିଓରେ ବ୍ୟବହାର କରିବା ଲାଗି ଅନୁମତି ପ୍ରଦାନ କରିଛନ୍ତି। ଓଡ଼ିଶା ଖଣି ନିଗମ ଲିମିଟେଡ୍‌ ମଧ୍ୟ ଏହି ପ୍ରକଳ୍ପକୁ ସହାୟତା ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri