Posted inଅପରାଧ

ସ୍ତ୍ରୀଙ୍କ ଦ୍ୱିତୀୟ ବିବାହକୁ ସହି ନ ପାରି ଆତ୍ମହତ୍ୟା କଲେ ସ୍ବାମୀ

ଜୟପୁର, ୧୬।୮: ରାଜସ୍ଥାନର ସିକ୍କର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀଙ୍କ ଦ୍ୱିତୀୟ ବିବାହରେ ସ୍ବାମୀ ଏତେ ପରିମାଣରେ ମର୍ମାହତ ହୋଇଯାଇଥିଲେ ଯେ ଶେଷରେ ଆତ୍ମହତ୍ୟା କରିଛନ୍ତି। ତେବେ ଏହି ଘଟଣା ଜାଣିବା ପରେ ସେହି ବ୍ୟକ୍ତିଙ୍କ ସ୍ତ୍ରୀ ଥାନାରେ ଏକ ଏତଲା ଦେଇଛନ୍ତି। ଯେଉଁଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ବାପା ଓ ମା ଟଙ୍କା ଲୋଭରେ ଜବରଦସ୍ତି ଦ୍ୱିତୀୟ ବିବାହ କରାଇ ଦେଇଛନ୍ତି। ଦ୍ୱିତୀୟ ବିବାହ ପାଇଁ ସେ ମନା କରିବାରୁ ତାଙ୍କୁ ହତ୍ୟା ଧମକ ମଧ୍ୟ ଦିଆଯାଇଥିଲା। ଏବେ ମଧ୍ୟ ସେ ତାଙ୍କ ପ୍ରଥମ ସ୍ବାମୀଙ୍କ ଶ୍ୱଶୁର ଘରେ ରହିବାକୁ ଚାହୁଁଛନ୍ତି।
ଜଣଙ୍କ ଆହୁରି ମଧ୍ୟ କହିଛନ୍ତି, ତାଙ୍କ ବାପା, ମା ଓ ମାମୁଁ ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ନ କରାଇ ଗତ ଜୁନ୍‌ରେ ଦ୍ୱିତୀୟ ବିବାହ କରାଇଥିଲେ। ଏହାର ପ୍ରତିବଦଳରେ ଦ୍ୱିତୀୟ ସ୍ବାମୀଙ୍କ ପରିବାର ପକ୍ଷରୁ ତାଙ୍କ ବାପା ଓ ମାଙ୍କୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ନିକଟରେ ସେ ଯେତେବେଳେ ତାଙ୍କ ପ୍ରଥମ ଶାଶୁଘରକୁ ଆସିଥିଲେ ସେତେବେଳେ ଜାଣିଲେ ଯେ ତାଙ୍କ ପ୍ରଥମ ସ୍ବାମୀ ମାନସିକ ଭାରସାମ୍ୟ ହରାଇ ଦୁଃଖରେ ଆତ୍ମହତ୍ୟା କରିଛନ୍ତି। ଅପରପକ୍ଷରେ ପୋଲିସ ପକ୍ଷରୁ କୁହାଯାଇଛି ଯେ, ୨୦୧୪ରେ ମହିଳାଜଣଙ୍କ ପ୍ରଥମ ବିବାହ କରିଥିଲେ। ତାଙ୍କର ଏକ ୫ ବର୍ଷର ଝିଅ ରହିଛି। କିନ୍ତୁ ଗତ ଜୁନ୍‌ ୨୨ରେ ମହିଳାଙ୍କ ବାପା ଓ ମା ତାଙ୍କୁ ଘରକୁ ଡକାଇ ମାଉସୀ ଘରେ ଜବରଦସ୍ତି ଦ୍ୱିତୀୟ ବିବାହ କରାଇ ଦେଇଥିଲେ। ଦ୍ୱିତୀୟ ବିବାହ ନ କଲେ ହତ୍ୟା କରିବେ ବୋଲି ଧମକ ମଧ୍ୟ ଦେଇଥିଲେ। ପୋଲିସ ଏଡଇ ଘଟଣାର ଏବେ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୩୧ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri