Posted inଅପରାଧ

ସ୍ତ୍ରୀଙ୍କ ଦ୍ୱିତୀୟ ବିବାହକୁ ସହି ନ ପାରି ଆତ୍ମହତ୍ୟା କଲେ ସ୍ବାମୀ

ଜୟପୁର, ୧୬।୮: ରାଜସ୍ଥାନର ସିକ୍କର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀଙ୍କ ଦ୍ୱିତୀୟ ବିବାହରେ ସ୍ବାମୀ ଏତେ ପରିମାଣରେ ମର୍ମାହତ ହୋଇଯାଇଥିଲେ ଯେ ଶେଷରେ ଆତ୍ମହତ୍ୟା କରିଛନ୍ତି। ତେବେ ଏହି ଘଟଣା ଜାଣିବା ପରେ ସେହି ବ୍ୟକ୍ତିଙ୍କ ସ୍ତ୍ରୀ ଥାନାରେ ଏକ ଏତଲା ଦେଇଛନ୍ତି। ଯେଉଁଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ବାପା ଓ ମା ଟଙ୍କା ଲୋଭରେ ଜବରଦସ୍ତି ଦ୍ୱିତୀୟ ବିବାହ କରାଇ ଦେଇଛନ୍ତି। ଦ୍ୱିତୀୟ ବିବାହ ପାଇଁ ସେ ମନା କରିବାରୁ ତାଙ୍କୁ ହତ୍ୟା ଧମକ ମଧ୍ୟ ଦିଆଯାଇଥିଲା। ଏବେ ମଧ୍ୟ ସେ ତାଙ୍କ ପ୍ରଥମ ସ୍ବାମୀଙ୍କ ଶ୍ୱଶୁର ଘରେ ରହିବାକୁ ଚାହୁଁଛନ୍ତି।
ଜଣଙ୍କ ଆହୁରି ମଧ୍ୟ କହିଛନ୍ତି, ତାଙ୍କ ବାପା, ମା ଓ ମାମୁଁ ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ନ କରାଇ ଗତ ଜୁନ୍‌ରେ ଦ୍ୱିତୀୟ ବିବାହ କରାଇଥିଲେ। ଏହାର ପ୍ରତିବଦଳରେ ଦ୍ୱିତୀୟ ସ୍ବାମୀଙ୍କ ପରିବାର ପକ୍ଷରୁ ତାଙ୍କ ବାପା ଓ ମାଙ୍କୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ନିକଟରେ ସେ ଯେତେବେଳେ ତାଙ୍କ ପ୍ରଥମ ଶାଶୁଘରକୁ ଆସିଥିଲେ ସେତେବେଳେ ଜାଣିଲେ ଯେ ତାଙ୍କ ପ୍ରଥମ ସ୍ବାମୀ ମାନସିକ ଭାରସାମ୍ୟ ହରାଇ ଦୁଃଖରେ ଆତ୍ମହତ୍ୟା କରିଛନ୍ତି। ଅପରପକ୍ଷରେ ପୋଲିସ ପକ୍ଷରୁ କୁହାଯାଇଛି ଯେ, ୨୦୧୪ରେ ମହିଳାଜଣଙ୍କ ପ୍ରଥମ ବିବାହ କରିଥିଲେ। ତାଙ୍କର ଏକ ୫ ବର୍ଷର ଝିଅ ରହିଛି। କିନ୍ତୁ ଗତ ଜୁନ୍‌ ୨୨ରେ ମହିଳାଙ୍କ ବାପା ଓ ମା ତାଙ୍କୁ ଘରକୁ ଡକାଇ ମାଉସୀ ଘରେ ଜବରଦସ୍ତି ଦ୍ୱିତୀୟ ବିବାହ କରାଇ ଦେଇଥିଲେ। ଦ୍ୱିତୀୟ ବିବାହ ନ କଲେ ହତ୍ୟା କରିବେ ବୋଲି ଧମକ ମଧ୍ୟ ଦେଇଥିଲେ। ପୋଲିସ ଏଡଇ ଘଟଣାର ଏବେ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri