ସ୍ବାମୀଙ୍କ ମୃତ୍ୟୁକୁ ସହି ନ ପାରି ଆତ୍ମହତ୍ୟା କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ,୨ା୭: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସୋଲେଶନ୍‌ରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ଏହାକୁ ସହି ନ ପାରି ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଏରସମା ଥାନା ପଲିକଣ୍ଟା ପଞ୍ଚାୟତ ଅନ୍ତର୍ଗତ କଟିଜଙ୍ଗାର ନିର୍ଲିପ୍ତ ଭୋଳ(୩୦)।
ସୂଚନା ମୁତାବକ, ନିର୍ଲିପ୍ତ ଓ ଶୁଭଦ୍ରାଙ୍କ ସହ ୪ ଦିନ ପୂର୍ବେ ତେଲେଙ୍ଗାନାରୁ ଫେରି ଏରସମା ପଞ୍ଚାୟତ କ୍ବାରାଣ୍ଟାଇନ୍‌ରେ ରହିଥିଲେ। ତେବେ ତେଲେଙ୍ଗାନାରୁ ଫେରିଲା ବେଳେ ନିର୍ଲିପ୍ତଙ୍କୁ ଥଣ୍ଡା, ଜ୍ୱର ହୋଇଥିଲା। ତେଣୁ ତାଙ୍କ ସ୍ବାବ୍‌ ପରୀକ୍ଷା କରାଯିବା ପରେ ରିପୋର୍ଟ ନେଗେଟିଭ୍‌ ଆସିଛି। ତେବେ ଶୁଭଦ୍ରାଙ୍କ ରିପୋର୍ଟ ଆସି ନାହିଁ। ହଠାତ୍‌ ଜୁନ୍‌ ୩୦ରେ ନିର୍ଲିପ୍ତ ଅଧିକ ଅସୁସ୍ଥ ହୋଇପଡିବାରୁ ଦମ୍ପତିଙ୍କୁ ଜଗତ୍‌ସିଂହପୁର ଅଣାଯାଇ ଚିକିତ୍ସା ପରେ ସ୍ଥାନୀୟ ସ୍ବାମୀ ବିବେକାନନ୍ଦ ସ୍ମାରକୀ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସର କ୍ବାରାଣ୍ଟାଇନ୍‌ରେ ରଖାଯାଇଥିଲା। ୧ ତାରିଖ ରାତି ପ୍ରାୟ ୨ଟାରେ ନିର୍ଲିପ୍ତଙ୍କ ସ୍ବାସ୍ଥ୍ୟବସ୍ଥା ପୁଣି ବିଗିଡିଯିବାରୁ ତାଙ୍କ ସହ ଶୁଭଦ୍ରାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇ ଆଇସୋଲେଶନ୍‌ରେ ଚିକିତ୍ସା କରାଯାଇଥିଲା। ଗୁରୁବାର ଅପରାହ୍ନ ପ୍ରାୟ ୨ଟାରେ ନିର୍ଲିପ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ସହି ନ ପାରି ଶୁଭଦ୍ରା ମାନସିକ ଭାରସାମ୍ୟ ହରାଇ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ ସହରର ଶତାଧିକ ଲୋକ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ରୁଣ୍ଡହୋଇ ତୀବ୍ର ପ୍ରତିକ୍ରିୟା କରିଛନ୍ତି। ଜଗତ୍‌ସିଂହପୁର ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ସାହୁ, ଏସ୍‌ଡିପିଓ ପ୍ରିୟରଞ୍ଜନ ଶତପଥୀ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୁଖ ପହଞ୍ଚତ୍ ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି। ତେବେ ଛାତିରେ ଯନ୍ତ୍ରଣା କାରଣରୁ ନିର୍ଲିପ୍ତଙ୍କ ମୃତ୍ୟୁ ଘଟିଥିବା ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀରେ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri