ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ  ହାରିଦେଲେ ଜୀବନ  

ବାଙ୍କୀ,୧୪ା୧ (ଶୁଭେନ୍ଦୁ ମହାପାତ୍ର): ସହିପାରିଲେନି ପ୍ରେମିକଙ୍କ ଆତ୍ମହତ୍ୟା ଖବର, ଶୁଣୁଶଣୁ ହାରିଦେଲେ ଜୀବନ।  ପ୍ରେମିକଙ୍କ ଆତ୍ମହତ୍ୟା ଖବର ଶୁଣି ପ୍ରେମିକା ରଶିରେ ଝୁଲିପଡ଼ିଥିବା ଚର୍ଚ୍ଚା ହେଉଛି। ଏଭଳି ଅଭାବନୀୟ ଘଟଣା କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ ଅଧୀନ କୁରୁମଚଇନି ଗ୍ରାମରେ ଘଟିଛି।
ଉକ୍ତ ଗ୍ରାମର ରଞ୍ଜନ କୁମାର ସେଠୀ(୨୦) ସୋମବାର ମଧ୍ୟରାତ୍ରିରେ ଦଉଡିରେ ଝୁଲିପଡ଼ିଥିବା  ଖବରପାଇ ଉକ୍ତ ପଞ୍ଚାୟତ ଅନ୍ତର୍ଗତ ବାଇଗେଣୀ ଗ୍ରାମର କଲ୍ୟାଣି ମାଝୀ  (୨୦)। ମଙ୍ଗଳବାର ଭୋରରେ  ଘରେ ରଶିଲଗାଇ ଦେଇଥିଲେ। ଖବରପାଇ  ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ଥାନାରେ ୨ଟି ପୃଥକ୍‌ ମାମଲା (ନଂ.୩/୨୫ ଓ ୪/୨୫) ରୁଜୁ କରିଛି। ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ  ହସ୍ତାନ୍ତର କରାଯାଇଛି ।
ଏହି ଘଟଣା ସମ୍ପର୍କରେ ମୃତକଙ୍କ ପରିବାର ଲୋକେ କିଛି କହି ନ ଥିବାବେଳେ ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ରଞ୍ଜନ ବାଙ୍କୀ କଲେଜର ଯୁକ୍ତ ୨ ଶ୍ରେଣୀର ଛାତ୍ର। କଲ୍ୟାଣି  ମଧ୍ୟ ଏହି କଲେଜର ଯୁକ୍ତ ୩ କଳା ଶେଷ ବର୍ଷର ଛାତ୍ରୀ ଥିଲେ। ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ମାତ୍ର ପରିବାର ଲୋକେ ସେମାନଙ୍କ ପ୍ରେମକୁ ସ୍ବିକୃତୀ  ଦେଉ ନ ଥିଲେ। ଏଥିରେ ମାନସିକ ଭାରସାମ୍ୟ ହରାଇ  ଉଭୟ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଏ ସମ୍ପର୍କରେ ବାଙ୍କୀ ଥାନା ଅଧିକାରୀ ଦିଲୀପ କୁମାର ମର୍ଦ୍ଦରାଜ ଭୂୟାଁ  କହିଛନ୍ତି,ଏନେଇ  ଅଧିକ ତଦନ୍ତ ଜାରି ରହିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ ସମ୍ପର୍କରେ ଅଧିକ ତଥ୍ୟ ଜଣାପଡ଼ିବ। ଗ୍ରାମ ଶ୍ମଶାନରେ ଶୋକାକୂଳ ପରିବେଶରେ ଉଭୟଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri