ପ୍ରେମିକା ଅନ୍ୟତ୍ର ବାହା ହୋଇଯିବାରୁ ସହି ପାରିଲେନି ଯୁବକ ନେଲେ ଏମିତି ନିଷ୍ପତ୍ତି

ପାଟଣା, ୯।୫(ବୀରକିଶୋର ଦାଶ): ପ୍ରେମିକା ପ୍ରେମିକଙ୍କୁ ପ୍ରତାରଣା ଦେଇ ଅନ୍ୟତ୍ର ବାହା ହୋଇଯିବାରୁ ପ୍ରେମିକ ଜଣକ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ପାଟଣା ଥାନା ସିଲିପଦା ପଞ୍ଚାୟତ ଅନ୍ତର୍ଗତ ଦଳେଇପଶି ଗ୍ରାମରେ। ଦଳେଇପଶି ଗ୍ରାମର ଗୋପବନ୍ଧୁ ନାଏକଙ୍କ ପୁଅ ଟଙ୍କଧର (୨୫) ଝୁଲନ୍ତା ମୃତ ଦେହ ଏକ ଅର୍ଜୁନଗଛରୁ ଶୁକ୍ରବାର ପୂର୍ବାହ୍ନ ରେ ଉଦ୍ଧାର ହୋଇଛି। ସେ ଏକ ଗାମୁଛାରେ ଅର୍ଜୁନ ଗଛ ଡାଳରେ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ପ୍ରେମ ବ୍ୟାପାରରୁ ଏଭଳି ଘଟଣା ଘଟିଛି ବୋଲି ଜଣା ପଡିଛି। ଏନେଇ ପାଟଣା ଥାନାଧିକାରୀ ମାନସ କୁମାର ମହାକୁଡ଼ ଙ୍କୁ ପଚାରିବାରୁ ତଦନ୍ତ ସରିଲେ ଯାହା କିଛି କହି ହେବ ବୋଲି ସେ କହିଛନ୍ତି। ସୂଚନା ଅନୁଯାୟୀ ପରିବାରର ଲୋକେ ସମସ୍ତେ ଶୋଇଥିବା ସମୟରେ ଟଙ୍କଧର ଗୁରୁବାର ରାତିରେ ଦଳେଇ ପଶି ଦେହୁରୀ ସାହିରେ ଥିବା ତାଙ୍କ ବଗିଚାର ଅର୍ଜୁନ ଗଛରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି । ଶୁକ୍ରବାର ସକାଳୁ ଗ୍ରାମବାସୀ ମାନେ ଶୌଚ ହେବାକୁ ଯାଇଥିବା ସମୟରେ ଗଛରେ ମୃତଦେହ ଝୁଲୁ ଥିବାର ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ପାଟଣା ଥାନାକୁ ଖବର କରିବା ପରେ ଘଟଣାସ୍ଥଳରେ ପାଟଣା ପୋଲିସପକ୍ଷରୁ ଏସ ଆଇ ଲକ୍ଷ୍ମଣ ମାଝି ପହଞ୍ଚି ମୃତ ଦେହକୁ ଜବତ କରି ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri