ଯୌତୁକ ନିର୍ଯାତନା ସହି ନ ପାରି ଆତ୍ମହତ୍ୟା କରିଦେଲେ ଇଞ୍ଜିନିୟରଙ୍କ ସ୍ତ୍ରୀ, ଅଭିଯୋଗ ଆଣି ପରିବାର ଲୋକେ କହିଲେ…

ଦିଗପହଣ୍ଡି,୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ବନ୍ଧ ସାହିର ଏ.ବାବା ରାଓଙ୍କ ଝିଅ ଏ.ସୋନାଲି ପାତ୍ର(୩୦) ରବିବାର ଭୋର୍‌ରେ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଗତ ୨୦୧୯ରେ ସୋନାଲି ଜର୍ମାନୀରେ ଏରୋନେଟିକ୍‌ ଇଞ୍ଜିନିୟର ଚାକିରି କରୁଥିବା ବ୍ରହ୍ମପୁର ବଡ଼ ବଜାର ଥାନା ପାଣିଗ୍ରାହୀ ପେଣ୍ଠ ଗଣପତି ନଗରର ବଳରାମ ସୁବୁଦ୍ଧିଙ୍କୁ ବିବାହ କରିଥିଲେ। ସ୍ବାମୀ ଓ ଶାଶୁଘର ଲୋକଙ୍କ ଦାବି ଅନୁଯାୟୀ ବିବାହ ସମୟରେ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। ବିବାହର କିଛିଦିନ ହସଖୁସିରେ କଟିବା ପରେ ଅଧିକ ଯୌତୁକ ପାଇଁ ସ୍ବାମୀ, ଶାଶୁ ଓ ଶ୍ବଶୁର ତାଙ୍କୁ ମାନସିକ ଓ ଶାରିରୀକ ନିର୍ଯାତନା ଦେବାରୁ ସେ ଶାଶୁଘରୁ ଆସି ଦିଗପହଣ୍ଡି ବଡ଼ବନ୍ଧ ସାହିସ୍ଥିତ ବାପଘରେ ରହୁଥିଲେ। ରବିବାର ଭୋର୍‌ରେ ଘରେ ପରିବାର ଲୋକେ ଶୋଇଥିବା ବେଳେ ସେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିଲେ। ତାଙ୍କୁ ଅଚେତ୍‌ ଅବସ୍ଥାରେ ପରିବାର ଲୋକେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୋନାଲିଙ୍କ ବାପା ଏନେଇ ଏତଲା ଦେବା ପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୩୫୮/୨୫ ଅନୁଯାୟୀ ଅଭିଯୁକ୍ତମାନଙ୍କ ନାଁରେ ମୋକଦ୍ଦମା ରୁଜୁ କରି ଥାନା ଏସ୍‌ଆଇ ସୋଫିଆ ମିଶ୍ରଙ୍କୁ ତଦନ୍ତ ଦାୟିତ୍ୱ ଦେଇଛନ୍ତି। ମୃତଦେହକୁ ପୋଲିସ ଜବତ କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଅପରାହ୍ନରେ ପୁରୀ ସ୍ବର୍ଗଦ୍ୱାରରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼...

ଭାରତକୁ ଆଖି ଦେଖାଇଲା ପାକିସ୍ତାନ! ବାଂଲାଦେଶରୁ କଲା ଗର୍ଜନ…

ଢାକା,୯।୧୧: ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ହେବା ପରଠାରୁ, ପାକିସ୍ତାନ ସହିତ ବାଂଲାଦେଶର ସମ୍ପର୍କରେ ଯଥେଷ୍ଟ ଉନ୍ନତି ଆସିଛି। ଏହା ପ୍ରଥମ ଥର ପାଇଁ...

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ...

ମ୍ୟାନ ଅଫ ଦି ମ୍ୟାଚ ଖେଳାଳି କେତେ ଟଙ୍କା ପାଆନ୍ତି? ଏହା ମ୍ୟାଚ ଫି ଠାରୁ କେତେ କମ

ନୂଆଦିଲ୍ଲୀ,୯।୧୧: ନିକଟରେ, ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ମହିଳା ODI ବିଶ୍ୱକପ ଜିତିଥିଲା। ଫାଇନାଲ ମ୍ୟାଚରେ, ଶାଫାଲି ବର୍ମା ଏକ ଚମତ୍କାର ଇନିଂସ...

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri