Posted inଜାତୀୟ

ସ୍ତ୍ରୀଙ୍କ କଥା ସହି ନ ପାରି ନିଜ କାର୍‌ରେ ନିଆଁ ଲଗାଇଦେଲେ ସ୍ବାମୀ

ଭରତପୁର,୨୨।୨: ମଧ୍ୟପ୍ରଦେଶର ଭରତପୁରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ଗାଳି ସହି ନ ପାରି କାର୍‌ରେ ନିଆଁ ଲଗାଇଦେଇଛନ୍ତି। କାର୍‌ ଜଳୁଥିବା ସମୟରେ ସମୟରେ ସ୍ତ୍ରୀଙ୍କୁ ଭିଡିଓ କଲରେ ଲାଇଭ ଘଟଣା ଦେଖାଇଥିଲେ। ଏହି ଘଟଣା ଭରତପୁର ସହରର କୋଟୱାଲୀ ଅଞ୍ଚଳର ଅଟେ। ମାମଲା ପୋଲିସ ପାଖରେ ପହଞ୍ଚିଛି। ପୋଲିସ ଏହାର ସମ୍ପୂର୍ଣ୍ଣ ତଦନ୍ତ କରୁଛି।
ସୂଚନାନୁସାରେ, କୋଟୱାଲି ପୋଲିସ ଷ୍ଟେସନ ଅଞ୍ଚଳର ନଦିଆ ମୋହଲାରେ ସୋମବାର ଜଣେ ପ୍ରବୀଣ ଶର୍ମା ନାମକ ଜଣେ ବ୍ୟକ୍ତି ନିଜ କାରରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିଲା। କାରଟି ନିଆଁରେ ପୋଡି ହୋଇଥିବାର ଦେଖି ସେଠାରେ ବହୁ ଲୋକ ଏକତ୍ରିତ ହୋଇଥିଲେ। କାରର ନିଆଁ ଏତେ ଶକ୍ତିଶାଳୀ ଥିଲା ଯେ ଏହା ପାଖରେ ପାର୍କିଂ ହୋଇଥିବା ଅନ୍ୟ ଏକ କାରକୁ ଜାଳି ଦେଇଥିଲା। ଘଟଣା ପରେ ପୋଲିସକୁ ସୂଚନା ଦିଆଯାଇଥିଲା। କୋଟୱାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ପ୍ରବୀଣଙ୍କୁ ଗିରଫ କରିଥିଲା। ପ୍ରବୀଣଙ୍କ ସ୍ତ୍ରୀ ମଧ୍ୟ ସ୍ବାମୀଙ୍କ ବିରୋଧରେ କୋଟୱାଲୀ ଥାନାରେ ମାମଲା ଦାୟର କରିଛନ୍ତି। ତାଙ୍କ ରିପୋର୍ଟରେ ସେ କହିଛନ୍ତି, ପ୍ରବୀଣ ତାଙ୍କୁ ପ୍ରତିଦିନ ହଇରାଣ କରୁଥିଲେ। କାର୍‌ କିଣିବାରେ ସେ ଟଙ୍କା ଦେଇଥିଲେ। କିନ୍ତୁ ପ୍ରବୀଣ ପ୍ରତିଦିନ ତାଙ୍କ କାମ ପାଇଁ ଗାଡିଟିକୁ ନେଉଥିଲେ। ମୋ ଟଙ୍କାରେ କିଣାଯାଇଥିବା କାର୍‌ ନ ଚଲାଇବାକୁ କହିବାରୁ ପ୍ରବୀଣ ରାଗିଯାଇ କାର୍‌ରେ ନିଆଁ ଲଗାଇଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?