ନିର୍ଯାତନା ସହି ନପାରି ଜୀବନ ହାରିଲେ ନବବଧୂ

ଭୁବନେଶ୍ୱର,୭।୮(ବ୍ୟୁରୋ): ଶାଶୂ ଘର ଲୋକଙ୍କ ନିର୍ଯାତନା ସାଙ୍ଗକୁ ରୋଗର ଜ୍ୱାଳା ସହି ନ ପାରି ଜଣେ ନବବଧୂ ଆତ୍ମହତ୍ୟା କରିଛନ୍ତି। ଶନିବାର ସେ ଘରର ଆଜ୍‌ବେଷ୍ଟସ୍‌ ଲୁହା ପାଇପ୍‌ରେ ଓଢଣୀ ବାନ୍ଧି ଝୁଲିପଡିଛନ୍ତି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜିଜିପି କୋଲନୀରେ ଏହି ଘଟଣା ଘଟିଛଇ। ମୃତା ନବବଧୂ ଜଣକ ହେଲେ କଟକ ନିଆଳିର ପ୍ରଜ୍ଞାପାରମିତା ସ୍ବାଇଁ (୨୪)। ମଞ୍ଚେଶ୍ୱର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି କ୍ୟାପିଟାଲ ହସ୍ପିଟାଲ ପଠାଇଛି। ଅପରପକ୍ଷରେ ଶାଶୂଘର ଲୋକେ ଭଉଣୀଙ୍କୁ ଯୌତୁକ ପାଇଁ ବାରମ୍ବାର ନିର୍ଯାତନା ଦେବାରୁ ସେ ଆତ୍ମହତ୍ୟା କରିଛନ୍ତି ବୋଲି ଭାଇ ପ୍ରିୟବ୍ରତ ସ୍ବାଇଁ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଚନ୍ଦ୍ରଶେଖରପୁର ଥାନା ପଟିଆ ଜଗନ୍ନାଥ ନଗରର ପ୍ରଶାନ୍ତ ପାତ୍ରଙ୍କୁ ନିଆଳିର ପ୍ରଜ୍ଞାପାରମିତା ସ୍ବାଇଁ ୨ ମାସ ତଳେ ବିବାହ କରିଥିଲେ। ଦେହ ଖରାପ ହେବାରୁ ଶାଶୂ ଘର ଲୋକେ ତାଙ୍କୁ ବାପଘରକୁ ଯିବାକୁ କହିବା ସହ ଦେହ ଭଲ ହେଲେ ଆସିବୁ କହି ଘରୁ ତଡି ଦେଇଥିଲେ। ଫଳରେ ବିବାହର ଅଳ୍ପ କେଇଦିନ ପରେ ସେ ଜିଜିପି କୋଲନୀସ୍ଥିତ ନିଜ ଭାଇ ପାଖରେ ରହି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର କ୍ୟାନସର ହେବାର ସମ୍ଭାବନା ରହିଥିବା କହିଥିଲେ। ଫଳରେ ସେ ଗତ କିଛିଦିନ ହେବ ଚିନ୍ତାରେ ରହୁଥିଲେ। ଏଥିସହ ଶାଶୂଘର ଲୋକ ଓ ସ୍ବାମୀଙ୍କୁ ବାରମ୍ବାର ଯୋଗାଯୋଗ କରିଥିଲେ ମଧ୍ୟ କେହି ତାଙ୍କ ଫୋନ ଉଠାଉ ନ ଥିଲେ। ଫଳରେ ସେ ମାନସିକ ସ୍ତରରେ ଭାଙ୍ଗି ପଡିଥିଲେ। ଶନିବାର ପ୍ରଜ୍ଞାପାରମିତାଙ୍କ ଭାଇ ଘରେ ନ ଥିବା ସମୟରେ ସେ ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ଘର କବାଟ ବନ୍ଦ ରହିଥିବା ଦେଖି ପଡୋଶୀମାନେ ବାରମ୍ବାର ଡାକିଥିଲେ ମଧ୍ୟ ସେ ନ ଖୋଲିବାରୁ ତାଙ୍କ ଭାଇକୁ ଫୋନ କରିଥିଲେ। ତାଙ୍କ ଭାଇଙ୍କଠାରୁ ଖବର ପାଇ ପୋଲିସ ପହଞ୍ଚତ୍ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri