ଶବ ଦାହ ପାଇଁ ମିଳୁନି କାଠ: DFO’ଙ୍କ ବାସଭବନ ଆଗରେ ମୃତଦେହ ରଖି ପ୍ରତିବାଦ

ସୁନ୍ଦରଗଡ଼,୨୩ା୩(ଜୟ ନାରାୟଣ ମେଣ୍ଡୁଳି): ମୃତଦେହ ସତ୍କାର ପାଇଁ କାଠ ନ ମିଳିବାରୁ ସନ୍ଧ୍ୟାରେ ସୁନ୍ଦରଗଡ ଡିଏଫଓଙ୍କ ବାସଭବନ ସମ୍ମୁଖରେ ମୃତଦେହ ରଖି ମୃତକଙ୍କ ପରିବାର ସହିତ ଶ୍ମଶାନ ବନ୍ଧୁ ଟିମ ଓ ସ୍ଥାନୀୟ ଲୋକେ ପ୍ରତିବାଦ କରି ଧାରଣାରେ ବସି ରହିଛନ୍ତି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଏହି ଧାରଣା ଜାରି ରହିଛି। ଧାରଣା ସ୍ଥଳରେ ଜଣେ ସହକାରୀ ବନ ସଂରକ୍ଷକ ପହଞ୍ଚି ଆଲୋଚନା କରୁଥିଲେ ମଧ୍ୟ ଡିଏଫଓ ନିଜେ ଆସି ଲିଖିତ ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ଧାରଣାରୁ ନ ଉଠିବା ପାଇଁ ଆନ୍ଦୋଳନକାରୀ ଅଡି ବସିଛନ୍ତି।

ସୁନ୍ଦରଗଡ ସହରରେ ପୂର୍ବରୁ ୨ଟି କାଠ ଡିପୋ ରହିଥିବା ବେଳେ ବର୍ତ୍ତମାନ ଏହାକୁ ଉଠାଇ ନିଆଯାଇଛି। ଫଳରେ ଲୋକେ ଜାଳେଣୀ କାଠ ପାଇଁ ସମସ୍ୟାର ଶିକାର ହେଉଛନ୍ତି। ବିଶେଷ କରି ମୃତଦେହ ସତ୍କାର ବେଳେ ଆବଶ୍ୟକ ହେଉଥିବା କାଠ ପାଇଁ ଲୋକେ ହଇରାଣ ହେଉଛନ୍ତି। ଶନିବାର ସନ୍ଧ୍ୟାରେ ହେମଗିରି ଥାନା ଅନ୍ତର୍ଗତ ତୁମୁଲିଆଠାରେ ଘଟିଥିବା ଡବଲ ମର୍ଡର ଘଟଣାରେ ମୃତା ୨ ମହିଳାଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ଏଠାରେ ମୃତଦେହ ସତ୍କାର ପାଇଁ ସ୍ଥାନୀୟ ଟିମ ଶ୍ମଶାନ ବନ୍ଧୁଙ୍କୁ ତାଙ୍କ ପରିବାର ଲୋକେ ଅନୁରୋଧ କରିଥିଲେ। ହେଲେ ଏହି ୨ ମହିଳାଙ୍କ ଶବଦାହ ପାଇଁ ଏଠାରେ କାଠ ମିଳି ନଥିଲା। ଡିଏଫଓ ବଡଗାଁ ଡିପୋରୁ କାଠ ଆଣିବାକୁ କହିଥିଲେ। ମାତ୍ର ସେଠାକୁ ଟିମ ଶ୍ମଶାନ ବନ୍ଧୁ ପହଞ୍ଚିବା ପରେ ମଧ୍ୟ ସେଠାରେ କାଠ ନଥିଲା। ସେଠାରୁ ଫେରି ସନ୍ଧ୍ୟାରେ ଟିମ ଶ୍ମଶାନ ବନ୍ଧୁଙ୍କ ସହିତ ସ୍ଥାନୀୟ ଲୋକେ ଡିଏଫଓଙ୍କ ବାସଭବନ ଆଗରେ ଧାରଣାରେ ବସିଥିଲେ।

ଟିମ ଶ୍ମଶାନ ବନ୍ଧୁ ସିଦ୍ଧାନ୍ତ ପଣ୍ଡା, କଂଗ୍ରେସ ନେତା ନିର୍ମାଣ ନାଏକ, ବିଜେଡି ନେତା ଡାକ୍ତର ହିମାନଂଶୁ ଷଡ଼ଙ୍ଗୀ ପ୍ରମୁଖ ଏଥିରେ ସାମିଲ ହୋଇ ସୁନ୍ଦରଗଡ ସହରରେ ଏହି ସମସ୍ୟାର ସମାଧାନ ପାଇଁ ଦାବି କରିଛନ୍ତି। ସେମାନେ କହିଛନ୍ତି, ସୁନ୍ଦରଗଡ ଜିଲାରେ ବିଭିନ୍ନ ଖଣିଖାଦାନ ଓ ଶିଳ୍ପ ପ୍ରତିଷ୍ଠାନ ଯୋଗୁ ଅନେକ ଜଙ୍ଗଲ ସମ୍ପଦ ନଷ୍ଟ ହେଉଥିବା ବେଳେ ଏଠାରେ ଶବଦାହ ପାଇଁ କାଠ ନ ମିଳିବା ଦୁର୍ଭାଗ୍ୟର ବିଷୟ। ଏଦିଗରେ ସ୍ଥାନୀୟ ପ୍ରଶାସନ ଓ ସରକାର ପଦକ୍ଷେପ ନେବାକୁ ଦାବି କରିଛନ୍ତି। ଏନେଇ ଡିଏଫଓଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri