ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳୁନି ଜରୁରୀ ମେଡିଶିନ, ନିରାଶ ହୋଇ ଫେରୁଛନ୍ତି…

ଗଞ୍ଜାମ,୧୭।୪(ବିଦ୍ୟାଧର ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀ ମେଡିକାଲ ଗୁଡିକୁ ମାଗଣା ଔଷଧ ପ୍ରଦାନ କରାଯାଉଛି । କିନ୍ତୁ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଉଚ୍ଚ ରକ୍ତଚାପ (ବ୍ଲଡ଼ ପ୍ରେସର) ଔଷଧ ମିଳୁ ନ ଥିବା ଅଭିଯୋଗ ହୋଇଛି l ଉକ୍ତ ମେଡିଶିନକୁ ନିୟମିତ ବ୍ୟବହାର କରୁଥିବା ବ୍ୟକ୍ତିମାନେ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ନିରାଶ ହେଉଛନ୍ତି। ଏନେଇ ୱାର୍ଡ ନଂ ୬ର ବାବୁଲା ପଣ୍ଡା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ଔଷଧ ନେଇ ପଚରାଯିବାରେ ଏଠାରେ ବହୁତ ଉଚ୍ଚ ରକ୍ତଚାପ ରୋଗୀ ଅଧିକ ଥିବାରୁ ସରିଯାଉଛି ବୋଲି ମେଡିକାଲ କର୍ତ୍ତୃପକ୍ଷ କହୁଥିବା ବାବୁଲା କହିଛନ୍ତି l ଅପରପକ୍ଷେ ମେଡିକାଲ କର୍ତ୍ତୃପକ୍ଷ ଉକ୍ତ ମେଡ଼ିସିନ ବିକ୍ରି କରି ଦେଉଥିବା ଅଭିଯୋଗ ହୋଇଛି । ମେଡିକାଲକୁ ଆସୁଥିବା ବାହାରୁ ନ କିଣି ଏଠାରେ କିଛି ପଇସା ଦିଅ ମେଡ଼ିଶିନ ମିଳିବ ବୋଲି କୁହାଯାଉଥିବା ଶୁଣିବାକୁ ମିଳିଛି l ଜିଲା ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳବାସୀ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୧ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?