ମିଳିଲାନି ସହାୟତା, ଆତ୍ମହତ୍ୟା କଲେ ଦିବ୍ୟାଙ୍ଗ

ବାହାନଗା, ୧୦ା୯(ଡି.ଏନ.ଏ.): ସଡ଼କ ଦୁର୍ଘଟଣାରେ ଦିବ୍ୟାଙ୍ଗ ପାଲଟିଯାଇଥିବା ଜଣେ ଯୁବକ ସହାୟତା ନ ପାଇ ଚାରିଆଡୁ ନିରାଶ ହେବା ପରେ ଶେଷରେ କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। କିଟନାଶକ କିଣି ପିଇବା ସମୟର ଏକ ଭିଡିଓ କରି ସେ ନିଜେ ଫେସବୁକ୍‌ ପେଜରେ ଅପଲୋଡ କରିଥିଲେ। ଏ ସମ୍ପର୍କରେ ତାଙ୍କ ସାଙ୍ଗ ସାଥୀ ଓ ଘର ଲୋକ ଜାଣିବା ପରେ ମୂର୍ମୁଷ ଅବସ୍ଥାରେ ପଡିଥିବା ସ୍ଥାନରୁ ଉଦ୍ଧାର କରି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଚିକିତ୍ସା କରାଯାଉଥିଲେ ମଧ୍ୟ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ରେମୁଣା ବ୍ଲକ ବରୁଣସିଂ ଗ୍ରାମର ବିଜୟ ଯେନା।
ସଡ଼କ ଦୁର୍ଘଟଣାରେ ମେରୁଦଣ୍ଡରେ ଆଘାତ ଯୋଗୁ ବିଜୟ ଶଯ୍ୟାଶାୟୀ ହୋଇ ଚିକିତ୍ସାଧୀନ ଥିଲେ। ତେବେ ତାଙ୍କର ଛାତି ପାଖରୁ ଗୋଡ଼ ଯାଏ କୌଣସି ଅଙ୍ଗପ୍ରତ୍ୟଙ୍ଗ ଠିକ୍‌ ଭାବେ କାମ କରୁ ନ ଥିଲା। ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିବାରୁ ସେ ଜିଲା ପ୍ରଶାସନଠାରୁ ଆରମ୍ଭ କରି ସମସ୍ତଙ୍କ ପାଖରେ ଗୁହାରି କରିଥିଲେ ସୁଦ୍ଧା କେହି ତାଙ୍କ କଥା ଶୁଣି ନ ଥିଲେ। ମୁଣ୍ଡ ଗୁଞ୍ଜିବାକୁ ତାଙ୍କର ଘରଟିଏ ମଧ୍ୟ ନାହିଁ। ଦୁର୍ଘଟଣାରେ ଶଯ୍ୟାଶାୟୀ ହୋଇଥିବାରୁ ଯନ୍ତ୍ରଣାରେ ଛଟପଟ ହୋଇ ଚଳିତବର୍ଷ ଅଗଷ୍ଟରେ ଟୁଇଟ୍‌ କରି ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀଙ୍କଠାରେ ଇଚ୍ଛାମୃତ୍ୟୁ ପାଇଁ ନିବେଦନ କରିଥିଲେ। ତେବେ ସବୁଆଡୁ ନିରାଶ ହେବା ପରେ ଶୁକ୍ରବାର ସକାଳେ ବିଜୟ ନିକଟସ୍ଥ ଏକ ସାର ଦୋକାନକୁ କଷ୍ଟମଷ୍ଟେ ଯାଇ ସେଠାରେ କୀଟନାଶକ କିଣି ପିଇ ଦେଇଥିଲେ। ଏନେଇ ଖନ୍ତାପଡ଼ା ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri