ମିଳିଲାନି ସହାୟତା, ଆତ୍ମହତ୍ୟା କଲେ ଦିବ୍ୟାଙ୍ଗ

ବାହାନଗା, ୧୦ା୯(ଡି.ଏନ.ଏ.): ସଡ଼କ ଦୁର୍ଘଟଣାରେ ଦିବ୍ୟାଙ୍ଗ ପାଲଟିଯାଇଥିବା ଜଣେ ଯୁବକ ସହାୟତା ନ ପାଇ ଚାରିଆଡୁ ନିରାଶ ହେବା ପରେ ଶେଷରେ କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। କିଟନାଶକ କିଣି ପିଇବା ସମୟର ଏକ ଭିଡିଓ କରି ସେ ନିଜେ ଫେସବୁକ୍‌ ପେଜରେ ଅପଲୋଡ କରିଥିଲେ। ଏ ସମ୍ପର୍କରେ ତାଙ୍କ ସାଙ୍ଗ ସାଥୀ ଓ ଘର ଲୋକ ଜାଣିବା ପରେ ମୂର୍ମୁଷ ଅବସ୍ଥାରେ ପଡିଥିବା ସ୍ଥାନରୁ ଉଦ୍ଧାର କରି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଚିକିତ୍ସା କରାଯାଉଥିଲେ ମଧ୍ୟ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ରେମୁଣା ବ୍ଲକ ବରୁଣସିଂ ଗ୍ରାମର ବିଜୟ ଯେନା।
ସଡ଼କ ଦୁର୍ଘଟଣାରେ ମେରୁଦଣ୍ଡରେ ଆଘାତ ଯୋଗୁ ବିଜୟ ଶଯ୍ୟାଶାୟୀ ହୋଇ ଚିକିତ୍ସାଧୀନ ଥିଲେ। ତେବେ ତାଙ୍କର ଛାତି ପାଖରୁ ଗୋଡ଼ ଯାଏ କୌଣସି ଅଙ୍ଗପ୍ରତ୍ୟଙ୍ଗ ଠିକ୍‌ ଭାବେ କାମ କରୁ ନ ଥିଲା। ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିବାରୁ ସେ ଜିଲା ପ୍ରଶାସନଠାରୁ ଆରମ୍ଭ କରି ସମସ୍ତଙ୍କ ପାଖରେ ଗୁହାରି କରିଥିଲେ ସୁଦ୍ଧା କେହି ତାଙ୍କ କଥା ଶୁଣି ନ ଥିଲେ। ମୁଣ୍ଡ ଗୁଞ୍ଜିବାକୁ ତାଙ୍କର ଘରଟିଏ ମଧ୍ୟ ନାହିଁ। ଦୁର୍ଘଟଣାରେ ଶଯ୍ୟାଶାୟୀ ହୋଇଥିବାରୁ ଯନ୍ତ୍ରଣାରେ ଛଟପଟ ହୋଇ ଚଳିତବର୍ଷ ଅଗଷ୍ଟରେ ଟୁଇଟ୍‌ କରି ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀଙ୍କଠାରେ ଇଚ୍ଛାମୃତ୍ୟୁ ପାଇଁ ନିବେଦନ କରିଥିଲେ। ତେବେ ସବୁଆଡୁ ନିରାଶ ହେବା ପରେ ଶୁକ୍ରବାର ସକାଳେ ବିଜୟ ନିକଟସ୍ଥ ଏକ ସାର ଦୋକାନକୁ କଷ୍ଟମଷ୍ଟେ ଯାଇ ସେଠାରେ କୀଟନାଶକ କିଣି ପିଇ ଦେଇଥିଲେ। ଏନେଇ ଖନ୍ତାପଡ଼ା ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri