ଗାଁରେ ପହଞ୍ଚି ପାରିଲେନି: ଟ୍ରେନ୍‌ରେ ଆଖି ବୁଜିଲେ ସୁରଟ ଫେରନ୍ତା, ବ୍ରହ୍ମପୁର ଷ୍ଟେଶନରେ ପଡିରହିଛି ମୃତଦେହ

ଗଞ୍ଜାମ,୨୦।୪(ଡି.ଏନ୍‌.ଏ.): ବର୍ତ୍ତମାନ ସମୟରେ ସାରା ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବିସ୍ଫୋରକ ରୂପ ଧାରଣ କରିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌, ସଟ୍‌ଡାଉନ୍‌ ଆଦି ଘୋଷଣା କରାଯାଉଛି। ଏଥିରେ ଭୟଭୀତ ହୋଇ ଓଡ଼ିଶା ବାହାରେ ରହୁଥିବା ପ୍ରବାସୀ ଓଡ଼ିଆମାନେ ପ୍ରାଣ ବିକଳରେ ନିଜ ଗାଁକୁ ଫେରୁଥିବା ଦେଖାଯାଉଛି। ଗଞ୍ଜାମ ଜିଲା ରମ୍ଭା ଥାନା ଖଣ୍ଡଦେଉଳି ଗ୍ରାମର ବିଶ୍ୱନାଥ ଜେନା ନାମକ ଜଣେ ବ୍ୟକ୍ତି ସୁରଟରୁ ନିଜ ଗାଁକୁ ଫେରିବା ରାସ୍ତାରେ ଟ୍ରେନ୍‌ରେ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ତାଙ୍କର ମୃତଦେହ ମଙ୍ଗଳବାର ବ୍ରହ୍ମପୁର ଷ୍ଟେଶନରେ ପଡ଼ିରହିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ଜିଆର୍‌ପି ଥାନା ପକ୍ଷରୁ କୁହାଯାଇଛି। ଏହି ଖବର ପ୍ରସାରିତ ହେବା ପରେ ବ୍ରହ୍ମପୁର ରେଳ ଷ୍ଟେଶନରେ ଭୟର ବାତାବରଣ ସୃଷ୍ଟି ହୋଇଛି। ମୃତ ବ୍ୟକ୍ତିଙ୍କ ସାଙ୍ଗରେ ଆସିଥିବା ଲୋକଙ୍କ କରୋନା ଟେଷ୍ଟ କରିବାକୁ ସ୍ଥାନୀୟ ଲୋକେ ଜିଆର୍‌ପିଙ୍କ ନିକଟରେ ଦାବି କରିଛନ୍ତି। ସେ ଗତ ଦୁଇଦିନ ତଳେ ପୁରୀ ଅହମ୍ମଦାବାଦ ଟ୍ରେନ୍‌ରେ ସୁରଟରୁ ବସିଥିଲେ। ପୂର୍ବରୁ ତାଙ୍କର ମଧୁମେହ ଥିବା ବେଳେ ଟ୍ରେନ୍‌ରେ ବାରମ୍ବାର ପରିସ୍ରା ହୋଇଥିବା ସାଙ୍ଗରେ ଆସିଥିବା ସମ୍ପର୍କୀୟ କହିଛନ୍ତି। ମୃତ ବ୍ୟକ୍ତିଙ୍କ ସୁରଟରୁ ଗଞ୍ଜାମ ଜିଲା ଖଲିକୋଟ ପର୍ଯ୍ୟନ୍ତ ଟିକେଟ ରହିଥିଲା। ହେଲେ ଟ୍ରେନ୍‌ରେ ତାଙ୍କର ମୃତ୍ୟୁ କେଉଁ କାରଣରୁ ହୋଇଛି ସେ ନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri