ଚିକିତ୍ସିତ ହୋଇପାରୁନାହାନ୍ତି ଶ୍ରୀମତୀ

ବଇଣ୍ଡା,୨୦।୫(ଡି.ଏନ.ଏ.): ଅଙ୍ଗନଓ୍ବାଡି କର୍ମୀ ଭାବେ କାର୍ଯ୍ୟକରି ଅବସର ନେବାର ବର୍ଷେ ହୋଇଗଲାଣି। ପକ୍ଷାଘାତ ଯୋଗୁ ଏବେ ସେ ଶଯ୍ୟାଶାୟୀ। ହେଲେ ସରକାର ତାଙ୍କର ବକେୟା ୪ ମାସର ଦରମା ଦେଉନାହାନ୍ତି। ଅବସରକାଳୀନ ପ୍ରାପ୍ୟ ମଧ୍ୟ ପ୍ରଦାନ କରୁନାହାନ୍ତି। ଫଳରେ ଅର୍ଥାଭାବର ଶିକାର ହୋଇ ଚିକିତ୍ସିତ ହୋଇପାରୁନାହାନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତ କଳାପାଟନାଳୀ ଗ୍ରାମର ଶ୍ରୀମତୀ ସାହୁ। ଏ ନେଇ ତାଙ୍କ ସ୍ବାମୀ ମହେଶ୍ୱର ସାହୁ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ଏଥିସହିତ ଅଭିଯୋଗପତ୍ରର ଏକ ନକଲ ମୁଖ୍ୟମନ୍ତ୍ରୀ, ରାଜ୍ୟ ଶିଶୁ ବିକାଶ ବିଭାଗ ମନ୍ତ୍ରୀ, ୫-ଟି ସଚିବ, ଆଠମଲ୍ଲିକ ଉପଜିଲାପାଳ, ଆଠମଲ୍ଲିକ ସିଡିପିଓଙ୍କୁ ପ୍ରଦାନ କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି, ଶ୍ରୀମତୀ ଅଙ୍ଗନଓ୍ବାଡି କର୍ମୀ ଭାବେ କଳାପାଟନାଳୀ ଅଙ୍ଗନଓ୍ବାଡ଼ିରେ କାର୍ଯ୍ୟରତ ଥିଲେ। ୬୦ ବର୍ଷ ହୋଇଯାଇଥିବା ଯୋଗୁ ସେ ୨୦୨୨ ଜାନୁୟାରୀ ୨୪ରେ ଅବସର ନେଇଥିଲେ। କିନ୍ତୁ ୨୦୨୧ ସେପ୍ଟେମ୍ବରଠାରୁ ଡିସେମ୍ବର ଯାଏ ୪ ମାସର ଦରମା ତାଙ୍କୁ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଇ ନାହିଁ। ଏପରି କି ଅବସର ନେଇସାରିଥିଲେ ମଧ୍ୟ ବକେୟା ଦରମା ଦିଆଯାଉ ନାହିଁ କି ଅବସରକାଳୀନ ସମସ୍ତ ସରକାରୀ ସହାୟତା ପ୍ରଦାନ କରାଯାଉ ନାହିଁ। ମେ’ ୨୦୨୨ରେ ପକ୍ଷାଘାତ ରୋଗରେ ସେ ଆକ୍ରାନ୍ତ ହୋଇଥିବାରୁ ପରିବାର ଆର୍ଥିକ ସ୍ଥିତି ଭଲନାହିଁ। ଅର୍ଥ ଅଭାବରୁ ସେ ଚିକିତ୍ସିତ ହୋଇପାରୁ ନାହାନ୍ତି। ତେଣୁ ତୁରନ୍ତ ବକେୟା ଦରମା ସହ ଅବସରକାଳୀନ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ମହେଶ୍ୱର ବହୁବାର ଜିଲା ପ୍ରଶାସନଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏପରିକି ତାଙ୍କୁ ଶିଶୁ ବିଭାଗର କେତେଜଣ କର୍ମଚାରୀ ହାତଗୁଞ୍ଜା ମାଗୁଥିବା ସେ ଅଭିଯୋଗ କରିଛନ୍ତି। ସମସ୍ୟାର ଶୀଘ୍ର ସମାଧାନ କରା ନ ଗଲେ ଆଗାମୀ ଦିନରେ ସେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ଆଠମଲ୍ଲିକ ସିଡିପିଓ ତରଙ୍ଗିନୀ ମିର୍ଦ୍ଧା କହିଛନ୍ତି, ଶ୍ରୀମତୀଙ୍କୁ ବକେୟା ଦରମା ପ୍ରଦାନ ପାଇଁ ସରକାରଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି। ଅର୍ଥ ମଞ୍ଜୁର ହୋଇଆସିଲେ ସମସ୍ତ ସୁବିଧା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?