ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଆତଙ୍କରାଜ

କଟକ ଅଫିସ,୧୭ା୪: କିଛି ଦିନର ବ୍ୟବଧାନ ପରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ପୁଣି ଥରେ ଅଣଛାତ୍ରଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ହଷ୍ଟେଲ ଅନ୍ତେବାସୀଙ୍କୁ ଅଣଛାତ୍ରମାନେ ଆକ୍ରମଣ କରିବା ଘଟଣାକୁ ନେଇ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ଉତ୍ତେଜନା ଦେଖିବାକୁ ମିଳିଥିଲା। ଏ ନେଇ ଅନ୍ତେବାସୀ ଚିଫ୍‌ ୱାର୍ଡେନ ଶିବବ୍ରତ ଦାସଙ୍କ ନିକଟରେ ଅଭିଯୋଗ କରିବା ପରେ ରାତିରେ ରେସିଡେନ୍ସିଆଲ କମିଟି ବୈଠକ ବସିଥିଲା।
ମିଳିଥିବା ସୂଚନା ମୁତାବକ, ବିଶ୍ୱବିଦ୍ୟାଳୟର ଆମ୍ଫି ଥିଏଟରରେ ଶନିବାର ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ବିଶ୍ୱବିଦ୍ୟାଳୟ ଛାତ୍ର ଏବଂ ହଷ୍ଟେଲ ଅନ୍ତେବାସୀ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମ ଚାଲିଥିବାବେଳେ ୫/୬ ଜଣ ଅଣଛାତ୍ର ପ୍ରବେଶ କରି ଇଷ୍ଟ ହଷ୍ଟେଲ ଓ ଲଲିତଗିରି ହଷ୍ଟେଲର କେତେଜଣ ଅନ୍ତେବାସୀଙ୍କ ସହ କୌଣସି କାରଣକୁ ନେଇ ଗଣ୍ଡଗୋଳ କରିଥିଲେ। ପରେ ସେମାନେ ଛୁରିରେ ଅନ୍ତେବାସୀଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଇଷ୍ଟ ହଷ୍ଟେଲରେ ରହୁଥିବା ଶୁଭଜିତ ପଣ୍ଡା ଆହତ ହୋଇଥିଲେ। ତାଙ୍କୁ ରକ୍ଷା କରିବାବେଳେ ଆଉ କିଛି ଅନ୍ତେବାସୀ ଆହତ ହୋଇଥିଲେ। ଏହାପରେ ଅଣଛାତ୍ରମାନେ ସେଠାରୁ ପଳାଇ ଯାଇଥିଲେ। ଏହାକୁ ନେଇ ପୁଣି ରବିବାର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଉତ୍ତେଜନା ଦେଖାଦେଇଥିଲା। ଆହତ ଅନ୍ତେବାସୀ ଚିଫ୍‌ ୱାର୍ଡେନଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଆକ୍ରମଣକାରୀଙ୍କୁ ବିଶ୍ୱବିଦ୍ୟାଳୟର ଏମ୍‌ବିଏ ପ୍ରଥମ ବର୍ଷର ଜଣେ ଛାତ୍ର ସହଯୋଗ କରିଥିବା ଅଭିଯୋଗ ହୋଇଛି। ରବିବାର ଛୁଟିଦିନ ଥିବାରୁ କୁଳପତିଙ୍କ କାର୍ଯ୍ୟାଳୟ ବନ୍ଦ ଥିଲା। ସୋମବାର କୁଳପତି ପ୍ରଫେସର ସଞ୍ଜୟ କୁମାର ନାୟକଙ୍କୁ ଅନ୍ତେବାସୀମାନେ ଭେଟିବେ। କେତେଜଣ ଅଣଛାତ୍ରଙ୍କ ବିରୋଧରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଥାନାରେ ଅଭିଯୋଗ କରାଯିବ। ଏଥିସହ ସୋମବାର ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ଘଟଣା ଉପରେ ପଦକ୍ଷେପ ନିଆଯିବ ବୋଲି ଜଣାପଡିଛି। ପୂର୍ବରୁ ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି। ଏହାସତ୍ତ୍ୱେ ସେମାନେ ବିଶ୍ୱବିଦ୍ୟାଳୟରେ ପ୍ରବେଶ କରି ଅନେକ ସମୟରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରୁଛନ୍ତି। ହେଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ଶନିବାର ଏଭଳି ପରିସ୍ଥିତି ସୃଷ୍ଟି ହେଲା ବୋଲି ଅନ୍ତେବାସୀମାନେ ପ୍ରକାଶ କରିଛନ୍ତି। ଏପରି କି ଆକ୍ରମଣକାରୀ ଅଣଛାତ୍ରମାନେ ଛାତ୍ରାବାସରେ ବେଆଇନ ଭାବେ ରହୁଥିବା ଅଭିଯୋଗ ହୋଇଛି। ଏ ନେଇ ଚିଫ୍‌ ୱାର୍ଡେନ ଦାସଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?