Posted inଖେଳ

ପ୍ରଥମ ଓଭରରେ ଉନାଡକଟ୍‌ଙ୍କ ହାଟ୍ରିକ୍‌

ରାଜକୋଟ,୪।୧: ଭାରତୀୟ ଦଳ ପାଇଁ ୧୦ ବର୍ଷ ପରେ ଟେଷ୍ଟ ଖେଳିଥିବା ସୌରାଷ୍ଟ୍ର ଅଧିନାୟକ ଜୟଦେବ ଉନାଡକଟ ଆଉ ଏକ ରେକର୍ଡ ନିଜ ନାମରେ କରିଛନ୍ତି। ପ୍ରଥମ ଖେଳାଳି ଭାବରେ ସେ ରଣଜୀ ଟ୍ରଫି ମ୍ୟାଚର ପ୍ରଥମ ଓଭରରେ ହାଟ୍ରିକ ଅର୍ଜନ କରିଛନ୍ତି। ମଙ୍ଗଳବାର ଦିଲ୍ଲୀ ବିପକ୍ଷ ରଣଜୀ ମୁକାବିଲାରେ ସେ ଏହି ସଫଳତା ଅର୍ଜନ କରିଛନ୍ତି। ପ୍ରଥମ ଓଭରର ତୃତୀୟ, ଚତୁର୍ଥ ଓ ପଞ୍ଚମ ବଲରେ ସେ ଧ୍ରୁବ ଶୋରେ, ବୈଭବ ରାଓ୍ବଲ ଓ ଅଧିନାୟକ ୟଶ ଧୂଲଙ୍କୁ ଆଉଟ କରିଥିଲେ। ସମାନ ସ୍ପେଲର ପରବର୍ତ୍ତୀ ଓଭରରେ ମଧ୍ୟ ସେ ଅଗ୍ନିବର୍ଷୀ ବୋଲିଂ ସହିତ ଜଣ୍ଟି ସିଦ୍ଧୁ(୪), ଲଳିତ ଯାଦବ(୦) ଓ ଲକ୍ଷ୍ୟ ଥରେଜା(୧)ଙ୍କୁ ଆଉଟ କରିବାରୁ ଦିଲ୍ଲୀର ସ୍କୋର ୧୦/୭ରେ ପହଞ୍ଚିଥିଲା। ତେବେ ହ୍ରିତିକ ଶୋକିନ୍‌ଙ୍କ ଅପରାଜିତ ୬୮ ଓ ଶିବାଙ୍କ ବଶିଷ୍ଠଙ୍କ ୩୮ ରନ୍‌ ବଳରେ ଦିଲ୍ଲୀ ୧୩୩ ରନରେ ପହଞ୍ଚି ପାରିଥିଲା। ଉନାଡକଟ ୩୯ ରନ୍‌ ବ୍ୟୟରେ ୮ ଉଇକେଟ ନେବା ଚଳିତ ସିଜନର ଦ୍ୱିତୀୟ ସର୍ବଶ୍ରେଷ୍ଠ ପ୍ରଦର୍ଶନ ରହିଛି। ପୂର୍ବରୁ ଉତ୍ତରାଖଣ୍ଡର ଦୀପକ ଧପୋଲା ହିମାଚଳ ପ୍ରଦେଶ ବିପକ୍ଷରେ ୩୫ ରନ୍‌ ଦେଇ ୮ ଉଇକେଟ ଅକ୍ତିଆର କରିଥିଲେ। ଅନ୍ୟପକ୍ଷରେ ରଣଜୀ ଟ୍ରଫି ଇତିହାସରେ ଏହା ଶ୍ରେଷ୍ଠ ପ୍ରଦର୍ଶନ ତାଲିକାରେ ଷଷ୍ଠ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri