ଅପମିଶ୍ରିତ ଦେଶୀମଦ ଜବତ ଘଟଣା: ଫେରାର ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୨୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରୁ ଫେରାର ଥିବା ଚୋରାମଦ ମାଫିଆ ତ୍ରିଲୋଚନ ସାହୁଙ୍କୁ ଶୁକ୍ରବାର ସକାଳେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌ଆଇ ଜଗବନ୍ଧୁ ବାର୍ଲା ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୨୮/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ୧୭ ତାରିଖ ସାରେ କେ.ନୂଆଗାଁ ଥାନା ଏଏସ୍‌ଆଇ ସିଏଚ୍‌.ତାରକେଶ୍ୱର ରାଓ ସଦଳବଳେ ଚାନ୍ଦପୁର, ପତ୍ରଚୁଡ଼ି ଇଲାକାରେ ପାଟ୍ରୋଲିଂ କରୁଥିବା ବେଳେ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ପୋଖରୀ ନିକଟରେ ତ୍ରିଲୋଚନ ଏବଂ ଅନ୍ୟ କିଛି ବ୍ୟକ୍ତି ବେଆଇନ ଭାବେ ଅପମିଶ୍ରିତ ଦେଶୀମଦ ବିକ୍ରି କରୁଥିବା ଖବର ପାଇଥିଲେ। ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଚଢାଉ କରିବା ବେଳେ ଅଭିଯୁକ୍ତ ତ୍ରିଲୋଚନ ଏବଂ କୃଷ୍ଣ ପାଇକଙ୍କ ସମେତ ଉପସ୍ଥିତ ଥିବା କିଛି ବ୍ୟକ୍ତି ଦୌଡ଼ି ପଳାଇଥିଲେ। ପୋଲିସ ସେମାନଙ୍କୁ ଧରିବା ପାଇଁ ପିଛା କରିଥିଲେ ମଧ୍ୟ ଅନ୍ଧାର ରାତିର ସୁଯୋଗ ନେଇ ସେମାନେ ଖସି ଯାଇଥିଲେ। ଏଏସଆଇ ସେଠାରୁ ଧଳାରଙ୍ଗର ୩ ଟି ପ୍ଲାଷ୍ଟିକ ଜାରକିନରେ ଥିବା ୩୦ ଲିଟର ଅପମିଶ୍ରିତ ଦେଶୀମଦ ଜବତ କରିଥିଲେ। କିଛି ସାକ୍ଷ୍ୟଙ୍କ ଉପସ୍ଥିତିରେ ପରୀକ୍ଷା ନିମନ୍ତେ ଜବତ ମଦରୁ ନମୁନା ସଂଗ୍ରହ କରି ଫେରିବା ସହ ଏ ନେଇ ସେ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତ ଦ୍ବୟଙ୍କ ନାଁରେ ମକଦ୍ଦମା ରୁଜୁ କରି ନୂଆପଡ଼ା ଫାଣ୍ଡି ଅଧିକାରୀଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତ୍ରିଲୋଚନ ପୋଲିସ ନିକଟରେ ନିଜ ଦୋଷସ୍ବୀକାର କରିବା ପରେ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଫେରାର ଥିବା ଅନ୍ୟ ଅଭିଯୁକ୍ତ ମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri