Posted inଜାତୀୟ

ସର୍ବସମ୍ମତ ସମର୍ଥନ ପ୍ରକୃତରେ ହୃଦୟସ୍ପର୍ଶୀ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୯: ମହିଳା ସଂରକ୍ଷଣ ବିଲ ମଧ୍ୟ ରାଜ୍ୟ ସଭାରେ ମଞ୍ଜୁରୀ ମଳିଛି। ସମସ୍ତ ସାଂସଦ ଏହି ବିଲ ସପକ୍ଷରେ ମତ ଦେଇଛନ୍ତି। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟରେ ୧୪୦ କୋଟି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ମୁଁ ସେହି ସମସ୍ତ ରାଜ୍ୟ ସଭା ଏମ୍‌ପିଙ୍କୁ ଧନ୍ୟବାଦ ଜଣାଉଛି। ଯେଉଁମାନେ ନାରୀଶକ୍ତି ବନ୍ଦନ ଅଧିନିୟମକୁ ଭୋଟ ଦେଇଛନ୍ତି। ଏହିପରି ସର୍ବସମ୍ମତ ସମର୍ଥନ ପ୍ରକୃତରେ ହୃଦୟସ୍ପର୍ଶୀ ଅଟେ।
ସେ କହିଛନ୍ତି, ସଂସଦରେ ନାରୀଶକ୍ତି ବନ୍ଦନ ଅଧିନିୟମ ପାସ ହେବା ସହିତ ଆମେ ଭାରତର ମହିଳାମାନଙ୍କ ପାଇଁ ଶକ୍ତିଶାଳୀ ପ୍ରତିନିଧିତ୍ୱ ଏବଂ ସଶକ୍ତିକରଣର ଏକ ଯୁଗକୁ ଗ୍ରହଣ କରୁଛୁ। ଏହା କେବଳ ଏକ ନିୟମ ନୁହେଁ। ଆମ ଦେଶ ଗଢିଥିବା ଅଗଣିତ ମହିଳାଙ୍କ ପାଇଁ ଏହା ଏକ ଶ୍ରଦ୍ଧାଞ୍ଜଳି। ତାଙ୍କର ଅବଦାନ ଯୋଗୁ ଭାରତ ସମୃଦ୍ଧ ହୋଇଛି।
ଏହି ବିଲ୍‌କୁ ସମର୍ଥନ କରି ୨୧୪ ଭୋଟ ଦିଆଯାଇଥିଲା। କେହି ଏହାକୁ ବିରୋଧ କରି ନାହାଁନ୍ତି। ଦୀର୍ଘ ଦିନ ଧରି ଆଲୋଚନା ପରେ ବୁଧବାର ଲୋକ ସଭାରେ ଏହି ବିଲ ଅନୁମୋଦନ କରାଯାଇଥିଲା। ଗୃହରେ ୪୫୪ ଭୋଟ ଏହି ବିଲ ସପକ୍ଷରେ ଏବଂ ୨ଟି ଭୋଟ ଦିଆଯାଇଥିଲା। ଲୋକ ସଭାରେ ଏବଂ ଆସେମ୍ବଲିରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ପାଇଁ ଏହି ବିଲରେ ବ୍ୟବସ୍ଥା ରହିଛି। ବର୍ତ୍ତମାନ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଁ ଏହି ବିଲ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?