ଅଘୋଷିତ ବିଦ୍ୟୁତ୍‌ କାଟ: ବଢୁଛି ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ, ୨୫ା୧୦: ଜଗତ୍‌ସିଂହପୁର ଜିଲାରେ ବିଦ୍ୟୁତ୍‌ କାଟ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟହ ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏପରିକି ଜିଲା ମୁଖ୍ୟାଳୟରେ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟକୁ ନେଇ ଚାପା ଉତ୍ତେଜନା ସୃଷ୍ଟି ହେଉଛି।
ବିଦ୍ୟୁତ୍‌ ବଣ୍ଟନ ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାର ମଧ୍ୟରେ ଚୁକ୍ତି ହେବାପରେ ଏଥିରେ ସୁଧାର ଆସିବ ବୋଲି ଆଶା କରାଯାଉଥିଲା। ସେତେବେଳେ ଟିପିସିଓଡିଏଲ୍‌ (ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌) ପକ୍ଷରୁ ଭିତ୍ତିଭୂମି ଓ ଗ୍ରାହକ ସେବା ଉପରେ ଧ୍ୟାନ ଦିଆଯିବ ବୋଲି କୁହାଯାଇଥିଲା। କିନ୍ତୁ ଉପଭୋକ୍ତା ଉତ୍ତମ ସେବା ପାଇବା ପରିବର୍ତ୍ତେ ଅଧିକ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଶନିବାର ସକାଳୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜଗତ୍‌ସିଂହପୁର ସହରରେ ଅଘୋଷିତ ବିଦ୍ୟୁତ କାଟ ହୋଇଥିଲା। ଫଳରେ ପାଣି ମୋଟରଗୁଡିକ ଚାଲି ନ ପାରିବାରୁ ସହରରେ ପାନୀୟ ଜଳ ଯୋଗାଣ ସମ୍ଭବ ହୋଇପାରି ନ ଥିଲା ବୋଲି ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଥିଲା। ଏନେଇ ସହରରେ ତୀବ୍ର ଅସନ୍ତୋଷ ପାଇଥିଲା। ଅନେକ ପରିବାର ସଦସ୍ୟ ସ୍ନାନ ତ ଦୂରର କଥା ରୋଷେଇ କରିବା ପାଇଁ ମଧ୍ୟ ଆବଶ୍ୟକ ପାଣି ପାଇ ନ ଥିଲେ ବୋଲି କହିଛନ୍ତି। ଏଭଳି ଘଟଣା ବହୁ ସମୟରେ ଘଟୁଥିବା ବେଳେ ବିଦ୍ୟୁତ ସରବରାହ ସ୍ବାଭାବିକ ହେଉ ନ ଥିବାରୁ ଅନେକ ଲୋକଙ୍କ ଇଲେକ୍ଟ୍ରୋନିକ୍‌ ଉପକରଣ ଖରାପ ହେବାରେ ଲାଗିଛି। ଫଳରେ ଉପଭୋକ୍ତାମାନେ ଶୋଷଣର ଶିକାର ହେଉଛନ୍ତି।
ଏ ସମ୍ପର୍କରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ବିରଜା ପ୍ରସାଦ ପାଢୀ କହିଛନ୍ତି, ଜରୁର ଦୃଷ୍ଟିରୁ ଶନିବାର ସକାଳେ ଜଗତ୍‌ସିଂହପୁର ସହରରେ ବିଦ୍ୟୁତ୍‌ କାଟ କରାଯାଇଥିଲା। କାମ ପରେ ମଧ୍ୟାହ୍ନରେ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇଯାଇଛି। କିନ୍ତୁ କଲେଜ ଛକ ନିକଟ ଟ୍ରାନ୍ସଫର୍ମରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ପୁନଙ୍ଗଫିଡର ଅଞ୍ଚଳରେ ବିଦ୍ୟୁତ ସେବା ବିଚ୍ଛିନ୍ନ ହୋଇଯାଇଥିଲା। ଅପରାହ୍ନ ୫ଟାରେ ଏହା ସ୍ବାଭାବିକ ହୋଇଥିଲା। ଏହାଛଡା ଉପଭୋକ୍ତାଙ୍କ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ଚେଷ୍ଟା ଚାଲିଛି ବୋଲି ନିର୍ବାହୀ ଯନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri