ଅଘୋଷିତ ବିଦ୍ୟୁତ୍‌ କାଟ: ବଢୁଛି ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ, ୨୫ା୧୦: ଜଗତ୍‌ସିଂହପୁର ଜିଲାରେ ବିଦ୍ୟୁତ୍‌ କାଟ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟହ ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏପରିକି ଜିଲା ମୁଖ୍ୟାଳୟରେ ବାରମ୍ବାର ଅଘୋଷିତ ବିଦ୍ୟୁତ କାଟକୁ ନେଇ ଚାପା ଉତ୍ତେଜନା ସୃଷ୍ଟି ହେଉଛି।
ବିଦ୍ୟୁତ୍‌ ବଣ୍ଟନ ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାର ମଧ୍ୟରେ ଚୁକ୍ତି ହେବାପରେ ଏଥିରେ ସୁଧାର ଆସିବ ବୋଲି ଆଶା କରାଯାଉଥିଲା। ସେତେବେଳେ ଟିପିସିଓଡିଏଲ୍‌ (ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌) ପକ୍ଷରୁ ଭିତ୍ତିଭୂମି ଓ ଗ୍ରାହକ ସେବା ଉପରେ ଧ୍ୟାନ ଦିଆଯିବ ବୋଲି କୁହାଯାଇଥିଲା। କିନ୍ତୁ ଉପଭୋକ୍ତା ଉତ୍ତମ ସେବା ପାଇବା ପରିବର୍ତ୍ତେ ଅଧିକ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଶନିବାର ସକାଳୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜଗତ୍‌ସିଂହପୁର ସହରରେ ଅଘୋଷିତ ବିଦ୍ୟୁତ କାଟ ହୋଇଥିଲା। ଫଳରେ ପାଣି ମୋଟରଗୁଡିକ ଚାଲି ନ ପାରିବାରୁ ସହରରେ ପାନୀୟ ଜଳ ଯୋଗାଣ ସମ୍ଭବ ହୋଇପାରି ନ ଥିଲା ବୋଲି ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଥିଲା। ଏନେଇ ସହରରେ ତୀବ୍ର ଅସନ୍ତୋଷ ପାଇଥିଲା। ଅନେକ ପରିବାର ସଦସ୍ୟ ସ୍ନାନ ତ ଦୂରର କଥା ରୋଷେଇ କରିବା ପାଇଁ ମଧ୍ୟ ଆବଶ୍ୟକ ପାଣି ପାଇ ନ ଥିଲେ ବୋଲି କହିଛନ୍ତି। ଏଭଳି ଘଟଣା ବହୁ ସମୟରେ ଘଟୁଥିବା ବେଳେ ବିଦ୍ୟୁତ ସରବରାହ ସ୍ବାଭାବିକ ହେଉ ନ ଥିବାରୁ ଅନେକ ଲୋକଙ୍କ ଇଲେକ୍ଟ୍ରୋନିକ୍‌ ଉପକରଣ ଖରାପ ହେବାରେ ଲାଗିଛି। ଫଳରେ ଉପଭୋକ୍ତାମାନେ ଶୋଷଣର ଶିକାର ହେଉଛନ୍ତି।
ଏ ସମ୍ପର୍କରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ବିରଜା ପ୍ରସାଦ ପାଢୀ କହିଛନ୍ତି, ଜରୁର ଦୃଷ୍ଟିରୁ ଶନିବାର ସକାଳେ ଜଗତ୍‌ସିଂହପୁର ସହରରେ ବିଦ୍ୟୁତ୍‌ କାଟ କରାଯାଇଥିଲା। କାମ ପରେ ମଧ୍ୟାହ୍ନରେ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇଯାଇଛି। କିନ୍ତୁ କଲେଜ ଛକ ନିକଟ ଟ୍ରାନ୍ସଫର୍ମରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ପୁନଙ୍ଗଫିଡର ଅଞ୍ଚଳରେ ବିଦ୍ୟୁତ ସେବା ବିଚ୍ଛିନ୍ନ ହୋଇଯାଇଥିଲା। ଅପରାହ୍ନ ୫ଟାରେ ଏହା ସ୍ବାଭାବିକ ହୋଇଥିଲା। ଏହାଛଡା ଉପଭୋକ୍ତାଙ୍କ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ଚେଷ୍ଟା ଚାଲିଛି ବୋଲି ନିର୍ବାହୀ ଯନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri