ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ନେଇ ଚିନ୍ତା

ବାଲିଚନ୍ଦ୍ରପୁର,୬ା୬(ସ୍ବ.ପ୍ର.): ବାଲିଚନ୍ଦ୍ରପୁର ବିଦ୍ୟୁତ୍‌ ସେକ୍ସନ ଅଞ୍ଚଳରେ ୨ ସପ୍ତାହ ହେବ ଘନ ଘନ ବିଦ୍ୟୁତ୍‌ କାଟ ଚାଲିଛି । ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଉପଭୋକ୍ତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରୀୟା ପ୍ରକାଶ ପାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବା ବେଳେ ଏପରି ବିଦ୍ୟୁତ୍‌ କାଟ୍‌ ସମସ୍ୟା ସୃଷ୍ଟି କରିଛି । ଦିନବେଳା ୨ରୁ ୩ ଥର ବହୁ ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ହେଉଥିବା ବେଳେ ସମାନ୍ୟ ବର୍ଷା ପବନ ହେଲେ ସନ୍ଧ୍ୟାରେ ବିଦ୍ୟୁତ୍‌ ସରବରାହ ବନ୍ଦ କରିଦିଆଯାଉଛି। ଥରେ ବିଦ୍ୟୁତ୍‌ କଟିଲେ କେତେବେଳେ ଲାଇନ୍‌ ଆସିବା ତାହା ଅନିଶ୍ଚିତତା ମଧ୍ୟରେ ରହୁଛି।
ବାଲିଚନ୍ଦ୍ରପୁର ସେକ୍ସନକୁ ପୂର୍ବରୁ କେନ୍ଦ୍ରାପଡ଼ା ବାଲିଆ ଗ୍ରୀଡ଼ରୁ ମାହାଙ୍ଗା ଦେଇ ବିଦ୍ୟୁତ୍‌ ଯୋଗାଣ ହେଉଥିଲା। ଏବେ ଏହି ସେକ୍ସନକୁ ଦୁଇ ସପ୍ତାହ ହେବ ଚଣ୍ଡିଖୋଲ ଗ୍ରୀଡ଼ରୁ ବିଦ୍ୟୁତ୍‌ ଯୋଗାଣ ହେଉଛି। ସେଥିପାଇଁ ବାରମ୍ବାର ବିଦ୍ୟୁତ୍‌କାଟ ଭଳି ସମସ୍ୟା ଉପୁଜିଛି। ଅନ୍ୟପକ୍ଷେ ମାହାଙ୍ଗା ଲାଇନ ମରାମତ ନ ହୋଇ ପଡ଼ିରହିଥିବାରୁ ସେଠାରୁ ବିଦ୍ୟୁତ୍‌ ସଂଯୋଗ ହୋଇପାରୁ ନାହିଁ। ସୋମବାର ଅପରାହ୍ନ ୩.୩୦ରୁ ରାତି ୭ଟା ୫ ମିନିଟ୍‌ ପର୍ଯ୍ୟନ୍ତ ବାଲିଚନ୍ଦ୍ରପୁର ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା। ଉପଭୋକ୍ତାମାନେ ଅଫିସକୁ ପଚାରିବାକୁ ଯାଇଥିଲେ  । ହେଲେ ଭିତରୁ ତାଲା ପଡ଼ିଥିବା ଦେଖି ପଦାରେ ହୋହାଲ୍ଲା କରିଥିଲେ  । ଏ ସଂକ୍ରାନ୍ତରେ ବଡ଼ଚଣାର ବିଭାଗୀୟ ଏସ୍‌ଡିଓଙ୍କୁ ପଚାରିବାରେ ଯାନ୍ତ୍ରୀକ ତ୍ରୁଟି ଯୋଗୁ ଏପରି ସମସ୍ୟା ସୃଷ୍ଟି ହୋଇଛି ା କାମ ଚାଲିଛି । ଏହି ସମସ୍ୟାର ସମାଧାନ ହେବ । ପରବର୍ତ୍ତୀ ପର୍ଯ୍ୟାୟରେ ବାଲିଆ ଗ୍ରୀଡ଼ରୁ ପୂର୍ବପରି ବିଦ୍ୟୁତ୍‌ ଯୋଗାଣ ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri