ଅସହ୍ୟ ଗୁୁଳୁଗୁଳି ସାଙ୍ଗକୁ ଅଘୋଷିତ ବିଦ୍ୟୁତ୍‌ କାଟ

କାଏମା,୫ା୫(ଶିବପ୍ରସାଦ ମହାନ୍ତି): ଦିନକୁ ଦିନ ଅଘୋଷିତ ବିଦ୍ୟୁତ୍‌ କାଟ ଗ୍ରୀଷ୍ମ ପ୍ରବାହ ବେଳେ କଷ୍ଟଦାୟକ ହୋଇଛି ା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏପରି ସମସ୍ୟା ଚିନ୍ତାର କାରଣ ପାଲଟିଛି। ଦିନ ହେଉ କି ରାତି ବିଦ୍ୟୁତ୍‌ କାଟ୍‌ ଲୋକମାନଙ୍କୁ ହନ୍ତସନ୍ତ କରିଛି । ଜାରକା ଅଞ୍ଚଳରେ ରବିବାର ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୪ଟା ଯାଏ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା।

ସେହି ସମୟରେ ସ୍ଥାନୀୟ ଯନ୍ତ୍ରୀଙ୍କୁ ଫୋନ କରିବାରୁ ଯୋଗାଯୋଗ ସମ୍ଭବ ହୋଇ ପାରି ନ ଥିଲାା କର୍ମଚାରୀଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚଣ୍ଡିଖୋଲଠାରେ ଥିବା ଓପିଟିସିଏଲର ୧୩୨/୩୩ ମେଗା ଭୋଲ୍ଟର ବିଦ୍ୟୁତ୍‌ ଉପକେନ୍ଦ୍ରରୁ ଜାରକା, ଆରୁହା, କବାଟବନ୍ଧ, କୁଣ୍ଡପାଟଣା ଆଦି ଅନେକ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ କରାଯାଉଛି।

ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବା ସହ ଲୋକମାନେ ବହୁଳ ପରିମାଣରେ ଏସି , ଫ୍ୟାନ୍‌,କୁଲର ବ୍ୟବହାର କରୁଛନ୍ତି। ଫଳରେ ଅତ୍ୟାଧିକ ଲୋଡ୍‌ କାରଣରୁ ଚଣ୍ଡିଖୋଲଠାରେ ଥିବା ବିଦ୍ୟୁତ୍‌ ଉପକେନ୍ଦ୍ରରୁ ବିଦ୍ୟୁତ୍‌ ଯୋଗାଣ ବାରମ୍ବାର ବିଚ୍ଛିନ୍ନ ହେଉଛି ା ପ୍ରଶାସନ ପକ୍ଷରୁ ବିଦ୍ୟୁତ୍‌ ନ କାଟିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା କିନ୍ତୁ ଅତ୍ୟାଧିକ ଲୋଡ୍‌ ପାଇଁ ବିଦ୍ୟୁତ୍‌ ଯୋଗାଣ କମ୍ପାନୀ ପକ୍ଷରୁ କୌଣସି ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଛି ବୋଲି ଗ୍ରାହକମାନେ ଅଭିଯୋଗ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟଙ୍କ ଭିତରେ ବିରାଟ ଫାଟ, ବୈଠକ ଆରମ୍ଭରୁ ସାମ୍ନାକୁ ଆସିଲା…

ଧର୍ମଶାଳା,୧୪ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଏକ ବୈଠକ ଗୋକର୍ଣ୍ଣେଶ୍ୱର ପୀଠରେ ଅନୁଷ୍ଠିତ ହେଉଥିବା ବେଳେ ସଂଗଠନ ମଧ୍ୟରେ ବିରାଟ…

ଶୋଷ ମେଣ୍ଟାଇବା ପାଇଁ ରୋଗକୁ ଆମନ୍ତ୍ରଣ! ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ଧର୍ମଶାଳା ୧୪।୩(ଶିବ ପ୍ରସାଦ ମହାନ୍ତି): ଜଳ ହିଁ ଜୀବନ। ଶୋଷ ମେଣ୍ଟାଇବାକୁ ଆମେ ଜଳକୁ ପିଇଥାଉ। ତେବେ ବଜାରରେ ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଏବେ…

ସୁଧୁରୁନି ରାଶନ କାର୍ଡ ବିଭ୍ରାଟ, ଆବେଦନ କରି ଅପେକ୍ଷାରେ ବହୁ ଯୋଗ୍ୟ ବ୍ୟକ୍ତି

ଯାଜପୁର,୧୩ା୩(ହର୍ଷବର୍ଦ୍ଧନ ବେହେରା): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଆଧାରରେ ଓଡ଼ିଶାରେ ରାଶନକାର୍ଡ ହିତାଧିକାରୀ ଚୟନ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଏହିକ୍ରମରେ ୨୦୧୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ୨୦୧୫ରେ…

ବିନା ଲାଇସେନ୍ସ, କାଗଜପତ୍ରରେ ଗଡୁଛି ଟ୍ରାକ୍ଟର, ଗୋଟିଏ ରେଜିଷ୍ଟ୍ରେଶନ ନମ୍ବରରେ ଏକାଧିକ ଗାଡ଼ି

ଧର୍ମଶାଳା,୧୨ା୩(ଶିବ ପ୍ରସାଦ ମହାନ୍ତି): ପରିବହନ ବିଭାଗ ପକ୍ଷରୁ ନିୟମ ଅନେକ ରହିଥିଲେ ସୁଦ୍ଧା ତାହା ଟ୍ରାକ୍ଟରଗୁଡ଼ିକ ପାଇଁ ସଠିକ୍‌ ଭାବରେ ପାଳନ କରାଯାଉନାହିଁ। ଯାଜପୁର ଜିଲା ଧର୍ମଶାଳା…

ଜାରକା ବଜାରରେ ନକଲି ଡାକ୍ତର! ରୋଗୀଙ୍କ ଜୀବନ ସହ ଖେଳୁଛନ୍ତି ନକଲି….

ଧର୍ମଶାଳା,୧୧।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ବିଭିନ୍ନ ଛକ ବଜାରରେ ମାଳମାଳ ଔଷଧ ଦୋକାନ ସହିତ ରୋଗୀ ଦେଖିବା ପାଇଁ ଡାକ୍ତର ଚାମ୍ବର…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ କଲେ ମହିଳା

ମୋହନା,୧୧ା୩(ମନ୍ମଥ ମିଶ୍ର): ସରକାର ଅନେକ ଯୋଜନା ପ୍ରସ୍ତୁତ କରିଥିବାବେଳେ ଆଜି ବି ଜନନୀ ଯନ୍ତ୍ରଣା ଥମିନି। ରାସ୍ତା ଖରାପ ପାଇଁ ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri