ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାର ଚିନ୍ତାଜନକ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି. ସୁବାରାଓ ଦେଶ ମଧ୍ୟରେ ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାରକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। କରୋନା ମହାମାରୀ ଯୋଗୁ ଦେଶରେ ଧନୀ ଏବଂ ଗରିବଙ୍କ ମଧ୍ୟରେ ଏକ ବୃହତ୍‌ ତାରତମ୍ୟ ସୃଷ୍ଟି ହୋଇଛି। କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଜାରି କରାଯାଇଥିବା ଲକ୍‌ଡାଉନ ଯୋଗୁ ଗରିବ ଲୋକଙ୍କ ଜୀବିକା ସଙ୍କଟରେ ରହିଛି। ଲୋକଙ୍କ ରୋଜଗାର ବର୍ତ୍ତମାନ ଗଭୀର ଭାବେ ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଧନୀଲୋକଙ୍କ କାର୍ଯ୍ୟକଳାପ ଏବଂ ଜୀବନଯାପନ ଉପରେ ଅପେକ୍ଷାକୃତ କମ୍‌ ପ୍ରଭାବ ପଡିଥିବା ଦେଖାଯାଇଛି।
ସୁବାରାଓ କହିଛନ୍ତି, ମହାମାରୀ ଯେଉଁ ତାରତମ୍ୟ ସୃଷ୍ଟି କରିଛି ତାହା ଅସନ୍ତୁଳିତ ପୁନରୁଦ୍ଧାର ଆଡ଼କୁ ଇସାରା କରୁଛି। ଆଗାମୀ ଦିନରେ ଏହା ଅଭିବୃଦ୍ଧି ସମ୍ଭାବନାକୁ କ୍ଷତି ପହଞ୍ଚାଇପାରେ ବୋଲି ସେ ସତର୍କ କରାଇ ଦେଇଛନ୍ତି। ଅସନ୍ତୁଳିତ ପୁନରୁଦ୍ଧାର ସିଦ୍ଧାନ୍ତ ଦୃଷ୍ଟିକୋଣରୁ ଭୁଲ୍‌ ଏବଂ ରାଜନୈତିକ ଦୃଷ୍ଟିକୋଣରୁ ଏହା କ୍ଷତିପହଞ୍ଚାଇ ପାରେ। ଘରୋଇ ବଜାରରେ ନଗଦ ସ୍ଥିତି ବିଦେଶୀ ପୋର୍ଟଫୋଲିଓ ନିବେଶକଙ୍କ ନିବେଶ ବୃଦ୍ଧି ଯୋଗୁ ମହାମାରୀ ସମୟରେ ମଧ୍ୟ ଶେୟାର ବଜାର ଏବଂ ଅନ୍ୟ ସମ୍ପତ୍ତି ଏବେ ବଢିଚାଲିଛି।
ସୁବାରାଓ ପୁଣି କହିଛନ୍ତି, ଚଳିତ ବର୍ଷ ଦେଶର ଆର୍ଥତ୍କ ସୁଧାର ଉନ୍ନତ ହେବ ବୋଲି ଆଶା କରାଯାଉଥିଲା। ମାତ୍ର ମହାମାରୀର ନୂଆ ଲହର ଏହା ଉପରେ ଶକ୍ତ କ୍ଷତି ପହଞ୍ଚାଇଛି। ଗତବର୍ଷ ଅର୍ଥ ବ୍ୟବସ୍ଥାର ସ୍ଥିତି ଗତ ୪ ଦଶନ୍ଧିର ସବୁଠାରୁ ଖରାପ ରହିଛି। ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଜିଡିପି -୭.୩% ରହିଛି। କ୍ଷତି ପରିମାଣ ଆକଳନଠାରୁ କମ୍‌ ରହିଥିଲେ ମଧ୍ୟ ଅଣସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା ଲୋକଙ୍କ ଜୀବନ ଜୀବିକା ଏହା ଦ୍ୱାରା ଗଭୀର ଭାବେ ପ୍ରଭାବିତ ହୋଇଛି। ଚଳିତ ବର୍ଷ ବଜାର ଉନ୍ନତ ପ୍ରଦର୍ଶନ କରିବ ବୋଲି ଆଶା କରାଯାଉଥିଲା। ହେଲେ ଦ୍ୱିତୀୟ ଲହର ଏଥିରେ ପ୍ରତିବନ୍ଧକ ସାଜିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଚଳିତ ଆର୍ଥତ୍କ ବର୍ଷ ଲାଗି ଅଭିବୃଦ୍ଧି ଆକଳନକୁ ୧୦.୫%ରୁ ୯.୫%କୁ ଖସାଇଛି। ୯.୫% ହାରରେ ଅଭିବୃଦ୍ଧି ପ୍ରଭାବଶାଳୀ ମାତ୍ର ଗତବର୍ଷ ଜିଡିପିରେ ଯେଉଁ ହ୍ରାସ ହୋଇଛି ସେହି ଆଧାରରେ ଏହା ହାସଲ ହେବ। ଯଦି ଆମେ ଅଭିବୃଦ୍ଧି ହାର ହାସଲ ମଧ୍ୟ କରି ନେଉଛେ ତେବେ ଉତ୍ପାଦନ ମହାମାରୀ ପୂର୍ବ ସ୍ଥିତିଠାରୁ କମ୍‌ ରହିବ। ମହାମାରୀରେ ଅନେକ ଲୋକଙ୍କ ଜୀବିକା ଚାଲି ଯାଇଥିବା ବେଳେ ଅତିଧନୀଙ୍କ ସମ୍ପତ୍ତି ବୃହତ୍‌ ପରିମାଣରେ ବଢିଛି ବୋଲି ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri