ନୂଆବର୍ଷ ପୂର୍ବରୁ ପୁରୀରେ ଅସମ୍ଭାଳ ଭିଡ଼: ଆସନ୍ତାକାଲିଠୁ ଲାଗୁ ହେବ ନୂଆ କଟକଣା

ପୁରୀ,୩୧ା୧୨: ନୂଆବର୍ଷ ପୂର୍ବରୁ ପୁରୀରେ ରବିବାର ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ନବନିର୍ମିତ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଦେଖିବା ଲାଗି ସେମାନଙ୍କଠାରେ ଉତ୍ସାହ ପରିଲକ୍ଷିତ ହୋଇଛି। ଦର୍ଶନାର୍ଥୀମାନେ ବଡଦାଣ୍ଡର ମରଚିକୋଟ୍‌‌ଠାରେ ନବ ନିର୍ମିତ  ଶୀତତାପ ନିୟନ୍ତ୍ରିତ ବ୍ୟାରିକେଡ୍‌‌ ଦେଇ ସିହଦ୍ୱାର ବାଟେ ବଡଦେଉଳକୁ ଯାଇ କଡା ପୋଲିସ ସୁରକ୍ଷା ମଧ୍ୟରେ ଠାକୁରମାନଙ୍କୁ ଦର୍ଶନ କରିବାର ବ୍ୟବସ୍ଥା କରାଯାଇଛି। ସେଡ୍‌‌ ଭିତରେ ଟଏଲେଟ୍‌‌ ଓ ପିଇବା ପାଣିର ବ୍ୟବସ୍ଥା କରାଯାଇଛି। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆଜି ରାତି ୧୨ଟା ପରେ ଦର୍ଶନାର୍ଥୀଙ୍କ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ରାତିସାରା ଦର୍ଶନ ବ୍ୟବସ୍ଥା କରାଯାଇଛି । ଫଳରେ ଠାକୁରଙ୍କର ପହୁଡ ନୀତି ଅନୁଷ୍ଠିତ ହେବ ନାହିଁ । ତେବେ ଶ୍ରୀମନ୍ଦିରକୁ ପ୍ରବେଶ ଲାଗି ଆସନ୍ତାକାଲିଠାରୁ ପ୍ରଶାସନ ପକ୍ଷରୁ କେତେକ କଟକଣା ଜାରି କରାଯାଇଛି । ନୂଆବର୍ଷରେ ପର୍ଯ୍ୟଟକମାନଙ୍କ ସୁରକ୍ଷାଲାଗି ୯୦ପ୍ଲାଟୁନ ପୋଲିସ ଫୋର୍ସ ବିଭିନ୍ନ ସ୍ଥାନରେ ନିୟୋଜିତ କରାଯାଉଛି । ଆଜି ରାତି ୧୨ଟାରୁ ଟ୍ରାଫିକ୍‌‌ କଟକଣା ଲାଗୁ କରାଯିବ। ମରଚିକୋଟ୍‌‌ ଛକରୁ ସିଂହଦ୍ୱାର ପର୍ଯ୍ୟନ୍ତ ଅଞ୍ଚଳକୁ ନୋ-ଭେଇକିଲ ଜୋନ୍‌‌ କରାଯାଇଥିବା ବେଳେ ଆମ୍ବଲାନ୍ସ ପାଇଁ ଗ୍ରୀନ୍‌‌ କରିଡର୍‌‌ ବ୍ୟବସ୍ଥା କରାଯାଇଛି। ମାର୍କେଟ ଛକଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ଗାଡ଼ି ଚଳାଚଳ କରିବ ନାହିଁ ବୋଲି ଘୋଷଣା କରାଯାଇଛି। ସେହିପରି ଦିଗବାରେଣୀରୁ ଲାଇଟ୍‌ହାଉସ ପର୍ଯ୍ୟନ୍ତ ସମୁଦ୍ରକୂଳ ରାସ୍ତାକୁ ନୋ-ଭେଇକିଲ ଜୋନ୍‌ ଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri